ମାଲିଙ୍ଗାଙ୍କ ନାମରେ ଥିବା ଏହି ବଡ଼ ରେକର୍ଡକୁ ଭାଙ୍ଗିବା ଲାଗି ଚାଓ୍ବଲାଙ୍କ ନିକଟରେ ସୁଯୋଗ

ଆବୁଧାବି, ୭।୧୦: ଆଇପିଏଲ୍‌ ଇତିହାସରେ ସବୁଠାରୁ ଅଧିକ ଉଇକେଟ୍‌ ହାସଲ କରିବାର ରେକର୍ଡ ମୁମ୍ବାଇ ଇଣ୍ଡିଆନ୍ସର ଲସିଥ୍‌ ମାଲିଙ୍ଗାଙ୍କ ନାମରେ ଲିପିବଦ୍ଧ ରହିଛି। ମାଲିଙ୍ଗା ଆଇପିଏଲ୍‌ରେ ୧୨୨ ମ୍ୟାଚ୍‌ ଖେଳି ୧୭୦ ଉଇକେଟ୍‌ ହାସଲ କରିଛନ୍ତି। ତେବେ ଚଳିତ ସିଜନରେ ମାଲିଙ୍ଗା ଖେଳୁ ନ ଥିବାରୁ ଦିଲ୍ଲୀ କ୍ୟାପିଟାଲ୍ସ ସ୍ପିନର ଅମିତ୍‌ ମିଶ୍ରାଙ୍କ ନିକଟରେ ତାଙ୍କ ରେକର୍ଡକୁ ଭାଙ୍ଗିବାର ସୁଯୋଗ ଥିଲା। ଅମିତ୍‌ ୧୫୦ ଆଇପିଏଲ୍‌ ମ୍ୟାଚ୍‌ରୁ ୧୬୦ ଉଇକେଟ୍‌ ନେଇ ଏହି ତାଲିକାରେ ମାଲିଙ୍ଗାଙ୍କ ପଛକୁ ୩ୟ ସ୍ଥାନରେ ରହିଛନ୍ତି। ତେବେ ଅମିତ୍‌ ମଧ୍ୟ ଆଘାତପ୍ରାପ୍ତ ହୋଇ ଆଇପିଏଲ୍‌ର ଚଳିତ ସିଜନ ଅଧାରୁ ବାହାର ହୋଇଯାଇଛନ୍ତି। ଫଳରେ ସର୍ବାଧିକ ଉଇକେଟ୍‌ ହାସଲକାରୀ ବୋଲର ଭାବେ ମାଲିଙ୍ଗାଙ୍କ ନାମରେ ଥିବା କୀର୍ତ୍ତିମାନକୁ ଭାଙ୍ଗିବା ଲାଗି ଏବେ ଚେନ୍ନାଇ ସୁପର୍‌ କିଙ୍ଗ୍ସର ଲେଗ୍‌-ସ୍ପିନର ପିୟୂଷ ଚାଓ୍ବଲାଙ୍କ ନିକଟରେ ରହିଛି। ୩୧ ବର୍ଷୀୟ ଚାଓ୍ବଲା ଆଇପିଏଲ୍‌ର ଚଳିତ ସିଜନ ଆରମ୍ଭ ହେବା ପୂର୍ବରୁ ୧୫୭ ମ୍ୟାଚ୍‌ରୁ ୧୫୦ ଉଇକେଟ୍‌ ନେଇଥିଲେ। ଇତିମଧ୍ୟରେ ସେ ୫ ମ୍ୟାଚ୍‌ ଖେଳି ୬ ଉଇକେଟ୍‌ ହାସଲ କରିସାରିଛନ୍ତି। ଫଳରେ ଚାଓ୍ବଲା ମୋଟ୍‌ ୧୬୨ ମ୍ୟାଚ୍‌ରୁ ୧୫୬ ଉଇକେଟ୍‌ ନେଇ ଏବେ ମାଲିଙ୍ଗାଙ୍କ ରେକର୍ଡକୁ ଭାଙ୍ଗିବା ଲକ୍ଷ୍ୟରେ ରହିଛନ୍ତି। ଉଲ୍ଲେଖଯୋଗ୍ୟ, ଚେନ୍ନାଇ ୬.୨ କୋଟି ଟଙ୍କାରେ ଚାଓ୍ବାଲଙ୍କୁ ଖେଳାଳି ନିଲାମୀରେ କିଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri