Posted inଜାତୀୟ

‘ଗଣତନ୍ତ୍ର ପ୍ରତି କଂଗ୍ରେସର ରହିଛି ବିନାଶକାରୀ ମନୋଭାବ’

ନୂଆଦିଲ୍ଲୀ,୨୦।୭: ପ୍ୟାକଡ୍‌ କ୍ଷୀର, ଦହି, ଅଟା, ଚାଉଳ ଇତ୍ୟାଦି ଦୈନନ୍ଦିନ ଆବଶ୍ୟକ ଖାଦ୍ୟ ଉପରେ ଜିଏସ୍‌ଟି ଲାଗୁ ହେବା ପରେ ବିରୋଧୀ ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ମୁଦ୍ରାସ୍ଫୀତି ଏବଂ ଜିଏସ୍‌ଟି ଉପରେ ଆଲୋଚନାରୁ ସରକାର ପଳାୟନ କରୁଥିବା ବିରୋଧୀ ଅଭିଯୋଗ କରିଛନ୍ତି। ବୁଧବାର କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି, ସରକାର ମୁଦ୍ରାସ୍ଫୀତି ଏବଂ ଜିଏସ୍‌ଟି ବିତର୍କରୁ ଦୂରେଇ ଯାଉନାହାଁନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରୋନାରୁ ସୁସ୍ଥ ହେବା ପରେ ସଂସଦରେ ଏହି ପ୍ରସଙ୍ଗ ଉପରେ ଆଲୋଚନା କରାଯାଇପାରିବ। ଗୃହ କାର୍ଯ୍ୟରେ କଂଗ୍ରେସ ବାଧା ସୃଷ୍ଟି କରିଥିବା ସେ ଅଭିଯୋଗ କରିଛନ୍ତି।
ଗଣତନ୍ତ୍ର ପ୍ରତି କଂଗ୍ରେସର ବିନାଶକାରୀ ମନୋଭାବ ରହିଛି। କଂଗ୍ରେସ ନେତା ଜୟରାମ ରମେଶଙ୍କ ଟୁଇଟ୍‌ରୁ ଯାହା ଜଣାପଡୁଛି କଂଗ୍ରେସ ଗୃହକୁ ଭର କରିବାକୁ ଚାହୁଁଛି। କିଏ ସଂସଦରେ ଅଧିକ ବାଧା ସୃଷ୍ଟି କରିବ ସେନେଇ ବିରୋଧୀ ଦଳ ମଧ୍ୟରେ ଏକପ୍ରକାର ପ୍ରତିଯୋଗିତା ଚାଲିଛି ବୋଲି ଗୋୟଲ କହିଛନ୍ତି।
ସୂଚନାଯୋଗ୍ୟ, ବିରୋଧୀଙ୍କ ପ୍ରତିବାଦ ଯୋଗୁ ମୌସୁମୀ ଅଧିବେଶନର ତୃତୀୟ ଦିନରେ ଉଭୟ ଲୋକ ସଭା ଓ ରାଜ୍ୟ ସଭାର ପ୍ରକ୍ରିୟା ବାରମ୍ବାର ସ୍ଥଗିତ ରଖିବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri