Posted inଖେଳ

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ ନେଇଥିଲେ ଘର

ନୂଆଦିଲ୍ଲୀ,୧୬।୧୨: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ। ଏହାପରେ ପୀୟୁଷ ୨୦୧୧ରେ ବିଶ୍ୱକପ୍‌ ଜିତିଥିବା ଭାରତୀୟ ଟିମ୍‌ରେ ସାମିଲ ଥିଲେ। ସେତେବେଳେ ୨୨ ବର୍ଷର ହୋଇଥିଲେ ସେ। ହେଲେ ୧୭ ବର୍ଷ ବୟସରେ ପ୍ରଥମ ଥର ପାଇଁ ଦଳ ପାଇଁ ଖେଳିବା ଆରମ୍ଭ କରିଥିଲେ ସେ। ଏଣୁ ସଚିନଙ୍କ ପରେ ଭାରତ ପାଇଁ ଖେଳିଥିବା ଅନ୍ୟତମ ଯୁବ ଖେଳାଳି ଭାବେ ତାଙ୍କୁ ଗଣାଯାଏ। ଟିମ୍‌ରେ ଉପଲବ୍ଧି ଛଡ଼ା ପିୟୁଷଙ୍କ ଲଭ୍‌ଲାଇଫ୍‌ ବେଶ ରୋମାଞ୍ଚକ।

ପ୍ରେମ ବିବାହ କରିଥିଲେ ପୀୟୁଷ। ସେ ଓ ତାଙ୍କ ସ୍ତ୍ରୀ ଅନୁଭୂତି ପଡୋଶୀ ଥିଲେ। ମୁରଦାବାଦର ହୋଇଥିବା ସତ୍ତ୍ୱେ ଦିଲ୍ଲୀରେ ହିଁ ତାଙ୍କର ପ୍ରେମର ଗାଡ଼ି ଗଡ଼ିଥିଲା। ଅନୁଭୂତିଙ୍କ ଦୁଇ ଭାଇ ଡାକ୍ତର ହୋଇଥିବାରୁ ସେମାନଙ୍କର ଲଗାତାର ବଦଳି ହେଉଥିଲା। ଏଣୁ ଅନୁଭୂତି ଦିଲ୍ଲୀରେ ରହୁଥିଲେ। ପୀୟୁଷ ମଧ୍ୟ ବାପାଙ୍କୁ ମିଛ କହି ଦିଲ୍ଲୀରେ ଘର ନେଇଥିଲେ। ଉଭୟ ଦିଲ୍ଲୀରେ ରହୁଥିବାରୁ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପରେ ସେମାନେ ବିବାହ କରିଥିଲେ।

ଇଂଲଣ୍ଡ ବିପକ୍ଷରେ ଭାରତ ପାଇଁ ଡେବ୍ୟୁ କରିଥିଲେ ପୀୟୁଷ। ଏହାପରେ ସେ ୨୦୦୭ରେ ବାଂଲାଦେଶ ବିପକ୍ଷରେ ସେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ୨୦୧୨ରେ ସେ ଶେଷ ଥର ପାଇଁ ଭାରତ ପାଇଁ ଖେଳିଥିଲେ ହେଁ ଆଇପିଏଲରେ ଚେନ୍ନାଇ ସୁପରକିଙ୍ଗ୍ସ ସହ ଜଡ଼ିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri