Posted inଖେଳ

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ ନେଇଥିଲେ ଘର

ନୂଆଦିଲ୍ଲୀ,୧୬।୧୨: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ। ଏହାପରେ ପୀୟୁଷ ୨୦୧୧ରେ ବିଶ୍ୱକପ୍‌ ଜିତିଥିବା ଭାରତୀୟ ଟିମ୍‌ରେ ସାମିଲ ଥିଲେ। ସେତେବେଳେ ୨୨ ବର୍ଷର ହୋଇଥିଲେ ସେ। ହେଲେ ୧୭ ବର୍ଷ ବୟସରେ ପ୍ରଥମ ଥର ପାଇଁ ଦଳ ପାଇଁ ଖେଳିବା ଆରମ୍ଭ କରିଥିଲେ ସେ। ଏଣୁ ସଚିନଙ୍କ ପରେ ଭାରତ ପାଇଁ ଖେଳିଥିବା ଅନ୍ୟତମ ଯୁବ ଖେଳାଳି ଭାବେ ତାଙ୍କୁ ଗଣାଯାଏ। ଟିମ୍‌ରେ ଉପଲବ୍ଧି ଛଡ଼ା ପିୟୁଷଙ୍କ ଲଭ୍‌ଲାଇଫ୍‌ ବେଶ ରୋମାଞ୍ଚକ।

ପ୍ରେମ ବିବାହ କରିଥିଲେ ପୀୟୁଷ। ସେ ଓ ତାଙ୍କ ସ୍ତ୍ରୀ ଅନୁଭୂତି ପଡୋଶୀ ଥିଲେ। ମୁରଦାବାଦର ହୋଇଥିବା ସତ୍ତ୍ୱେ ଦିଲ୍ଲୀରେ ହିଁ ତାଙ୍କର ପ୍ରେମର ଗାଡ଼ି ଗଡ଼ିଥିଲା। ଅନୁଭୂତିଙ୍କ ଦୁଇ ଭାଇ ଡାକ୍ତର ହୋଇଥିବାରୁ ସେମାନଙ୍କର ଲଗାତାର ବଦଳି ହେଉଥିଲା। ଏଣୁ ଅନୁଭୂତି ଦିଲ୍ଲୀରେ ରହୁଥିଲେ। ପୀୟୁଷ ମଧ୍ୟ ବାପାଙ୍କୁ ମିଛ କହି ଦିଲ୍ଲୀରେ ଘର ନେଇଥିଲେ। ଉଭୟ ଦିଲ୍ଲୀରେ ରହୁଥିବାରୁ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପରେ ସେମାନେ ବିବାହ କରିଥିଲେ।

ଇଂଲଣ୍ଡ ବିପକ୍ଷରେ ଭାରତ ପାଇଁ ଡେବ୍ୟୁ କରିଥିଲେ ପୀୟୁଷ। ଏହାପରେ ସେ ୨୦୦୭ରେ ବାଂଲାଦେଶ ବିପକ୍ଷରେ ସେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ୨୦୧୨ରେ ସେ ଶେଷ ଥର ପାଇଁ ଭାରତ ପାଇଁ ଖେଳିଥିଲେ ହେଁ ଆଇପିଏଲରେ ଚେନ୍ନାଇ ସୁପରକିଙ୍ଗ୍ସ ସହ ଜଡ଼ିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri