Posted inଜାତୀୟ

ପିକେଙ୍କ ଭବିଷ୍ୟବାଣୀ, ଭାଜପା କ୍ଷମତାରେ ରହିବ ବହୁ ବର୍ଷ, ମୋଦିଙ୍କ ଶକ୍ତି ରାହୁଲଙ୍କୁ ଅଜଣା…

ପଣଜୀ,୨୮।୧୦: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକୁ ଏକଜୁଟ କରିବାକୁ ଚେଷ୍ଟା କରୁଛନ୍ତି। ଏପରିସ୍ଥଳେ ସେ ଏକ ଭବିଷ୍ୟବାଣୀ କରିଛନ୍ତି। ପ୍ରଶାନ୍ତ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟି (ଭାଜପା) ଆସନ୍ତା ବହୁ ଦଶନ୍ଧି ଧରି ଦେଶରେ ନିଜର ପ୍ରାଧାନ୍ୟ ଜାରି ରଖିବ। ବିରୋଧୀ ଦଳମାନଙ୍କୁ ଭାଜପା ସହିତ ଲଢ଼ି ବାକୁ ପଡ଼ିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୁଗର ଶେଷକୁ ଅପେକ୍ଷା କରିବା ରାହୁଲ ଗାନ୍ଧୀଙ୍କ ଏକ ବଡ଼ ଭୁଲ। ଏଭଳି କହି ପ୍ରଶାନ୍ତ ଦଶନ୍ଧି ଧରି ଭାଜପାର ଆଭିମୁଖ୍ୟ ପୂର୍ବାନୁମାନ କରିବା ସହିତ କଂଗ୍ରେସ ନେତା ରାହୁଲଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି  ବୋଧହୁଏ ରାହୁଲ କିଛି ଭ୍ରମରେ ଅଛନ୍ତି ଯେ କେବଳ ମୋଦି ଲହର ପର୍ଯ୍ୟନ୍ତ ଭାଜପା କ୍ଷମତାରେ ରହିବ।

ଚଳିତ ବର୍ଷ ଆରମ୍ଭରେ ଅନୁଷ୍ଠିତ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମସି ଜିତିବା ପରେ ପ୍ରଶାନ୍ତ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କାମ କରୁନାହାଁନ୍ତି ବୋଲି ଘୋଷଣା କରିଥିଲେ। ପ୍ରକାଶ ଥାଉକି, ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗ ଦେଇପାରନ୍ତି ବୋଲି ମଧ୍ୟ ଖବର ଆସିଥିଲା, କିନ୍ତୁ ଅନେକ ରାଉଣ୍ଡ ଆଲୋଚନା ପରେ ଏବେ ପ୍ରଶାନ୍ତ କିଶୋର ପୁଣି ଥରେ ଟିଏମସି ସହିତ କାମ କରୁଛନ୍ତି। ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ସେ ଟିଏମସି ପାଇଁ ଗୋଆରେ ସ୍ଥିତି ଅନୁଧ୍ୟାନ କରୁଛନ୍ତି।

ରାହୁଲ ମୋଦିଙ୍କ ଶକ୍ତିକୁ ବୁଝି ପାରୁ ନାହାନ୍ତି। ଏହା ରାହୁଲଙ୍କ ବଡ଼ ସମସ୍ୟା। ସମ୍ଭବତଃ ସେ ଭାବୁଛନ୍ତି ଯେ, ଲୋକେ ମୋଦିଙ୍କୁ କ୍ଷମତାରୁ ବହିଷ୍କାର କରିବେ। ମାତ୍ର ଏହା ଘଟିବ ନାହିଁ। ଯେପର୍ଯ୍ୟନ୍ତ ରାହୁଲ ମୋଦିଙ୍କ ଶକ୍ତିକୁ ବୁଝି ନାହାନ୍ତି ଏବଂ ତାଙ୍କ ଶକ୍ତିକୁ ସ୍ବୀକାର ନ କରିଛନ୍ତି, ସେ ପର୍ଯ୍ୟନ୍ତ ତାଙ୍କର ସାମ୍ନା କରିବାକୁ ସମର୍ଥ ହେବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri