Posted inଖେଳ

ଟସ୍‌ ଜିତି ଶ୍ରେୟସଙ୍କ ବୋଲିଂ ନିଷ୍ପତ୍ତି: ୧୨୦ରେ ଗଲାଣି ପଞ୍ଜାବର ୮ ଉଇକେଟ୍‌

ମୁମ୍ବାଇ,୧।୪: ଆଇପିଏଲ୍‌ ୨୦୨୨ର ୮ମ ମୁକାବିଲା କୋଲକାତା ନାଇଟ ରାଇଡର୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଶୁକ୍ରବାର ଖେଳାଯାଉଛି। ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ କୋଲକାତା ଅଧିନାୟକ ଶ୍ରେୟସ ଆୟର ଟସ ଜିତିଛନ୍ତି। ଏଥିସହ ସବୁ ଅଧିନାୟକଙ୍କ ଭଳି ସେ ମଧ୍ୟ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ତାଜା ଅପ୍‌ଡେଟ୍‌ ଅନୁଯାୟୀ ମୟଙ୍କ ଅଗ୍ରୱାଲଙ୍କ ପଞ୍ଜାବ ପ୍ରଥମେ ବ୍ୟାଟିଂ କରି ୧୭ ଓଭରରେ ୮ ଉଇକେଟ ହରାଇ ୧୨୦ ରନ୍‌ କରିଛନ୍ତି।

ପ୍ରକାଶ ଯେ, କୋଲକାତା ତା’ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇକୁ ହରାଇଥିଲା। କିନ୍ତୁ ଦ୍ୱିତୀୟ ମ୍ୟାଚ୍‌ରେ ଦଳ ଆରସିବିଠାରୁ ହାରି ଯାଇଥିଲା। ତେଣୁ ଆଜିର ମ୍ୟାଚ୍‌ ଜିତିବା କୋଲକାତା ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ପଞ୍ଜାବ ତା’ର ପ୍ରଥମ ମ୍ୟାଚ୍‌ରେ ଆରିସିବିକୁ ହରାଇଥିଲା।

ପଞ୍ଜାବ ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରିଛି। ଦଳକୁ ଅଭିଜ୍ଞ କାଗିସୋ ରାବଡା କମବ୍ୟାକ କରିଛନ୍ତି। ସନ୍ଦୀପ ଶର୍ମାଙ୍କ ବଦଳରେ ତାଙ୍କୁ ସୁଯୋଗ ମିଳିଛି। ସେହିଭଳି କୋଲକାତା ତା’ର ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରିଛି। ଉଇକେଟ କିପର ଶେଲଡନ ଜ୍ୟାକସନଙ୍କ ବଦଳରେ ଦ୍ରୁତ ବୋଲର ଶିବମ ମାଭିଙ୍କୁ ପୁଣି ସୁଯୋଗ ମିଳିଛି। ଅର୍ଥାତ ସାମ ବିଲଙ୍ଗସ ଉଇକେଟକିପର ଭୂମିକା ତୁଲାଇବେ। ସେହିପରି ଆନ୍ଦ୍ରେ ରସେଲ ମ୍ୟାଚ୍‌ରେ ବୋଲର ଅପେକ୍ଷା ବ୍ୟାଟ୍ସମ୍ୟାନ୍‌ ଭୂମିକାରେ ତୁଲାଇବେ। କାରଣ କୋଲକାତା ଦଳରେ ଜଣେ ଅତିରିକ୍ତ ବୋଲର ଭାବେ ମାଭିଙ୍କୁ ସୁଯୋଗ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri