Posted inଖେଳ

ଟସ୍‌ ଜିତି ଶ୍ରେୟସଙ୍କ ବୋଲିଂ ନିଷ୍ପତ୍ତି: ୧୨୦ରେ ଗଲାଣି ପଞ୍ଜାବର ୮ ଉଇକେଟ୍‌

ମୁମ୍ବାଇ,୧।୪: ଆଇପିଏଲ୍‌ ୨୦୨୨ର ୮ମ ମୁକାବିଲା କୋଲକାତା ନାଇଟ ରାଇଡର୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଶୁକ୍ରବାର ଖେଳାଯାଉଛି। ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ କୋଲକାତା ଅଧିନାୟକ ଶ୍ରେୟସ ଆୟର ଟସ ଜିତିଛନ୍ତି। ଏଥିସହ ସବୁ ଅଧିନାୟକଙ୍କ ଭଳି ସେ ମଧ୍ୟ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ତାଜା ଅପ୍‌ଡେଟ୍‌ ଅନୁଯାୟୀ ମୟଙ୍କ ଅଗ୍ରୱାଲଙ୍କ ପଞ୍ଜାବ ପ୍ରଥମେ ବ୍ୟାଟିଂ କରି ୧୭ ଓଭରରେ ୮ ଉଇକେଟ ହରାଇ ୧୨୦ ରନ୍‌ କରିଛନ୍ତି।

ପ୍ରକାଶ ଯେ, କୋଲକାତା ତା’ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇକୁ ହରାଇଥିଲା। କିନ୍ତୁ ଦ୍ୱିତୀୟ ମ୍ୟାଚ୍‌ରେ ଦଳ ଆରସିବିଠାରୁ ହାରି ଯାଇଥିଲା। ତେଣୁ ଆଜିର ମ୍ୟାଚ୍‌ ଜିତିବା କୋଲକାତା ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ପଞ୍ଜାବ ତା’ର ପ୍ରଥମ ମ୍ୟାଚ୍‌ରେ ଆରିସିବିକୁ ହରାଇଥିଲା।

ପଞ୍ଜାବ ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରିଛି। ଦଳକୁ ଅଭିଜ୍ଞ କାଗିସୋ ରାବଡା କମବ୍ୟାକ କରିଛନ୍ତି। ସନ୍ଦୀପ ଶର୍ମାଙ୍କ ବଦଳରେ ତାଙ୍କୁ ସୁଯୋଗ ମିଳିଛି। ସେହିଭଳି କୋଲକାତା ତା’ର ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରିଛି। ଉଇକେଟ କିପର ଶେଲଡନ ଜ୍ୟାକସନଙ୍କ ବଦଳରେ ଦ୍ରୁତ ବୋଲର ଶିବମ ମାଭିଙ୍କୁ ପୁଣି ସୁଯୋଗ ମିଳିଛି। ଅର୍ଥାତ ସାମ ବିଲଙ୍ଗସ ଉଇକେଟକିପର ଭୂମିକା ତୁଲାଇବେ। ସେହିପରି ଆନ୍ଦ୍ରେ ରସେଲ ମ୍ୟାଚ୍‌ରେ ବୋଲର ଅପେକ୍ଷା ବ୍ୟାଟ୍ସମ୍ୟାନ୍‌ ଭୂମିକାରେ ତୁଲାଇବେ। କାରଣ କୋଲକାତା ଦଳରେ ଜଣେ ଅତିରିକ୍ତ ବୋଲର ଭାବେ ମାଭିଙ୍କୁ ସୁଯୋଗ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri