Posted inଜାତୀୟ

ଲଦାଖ ଲୋକଙ୍କୁ ଅଟକାଇଲା ପିଏଲ୍‌ଏ

ନୂଆଦିଲ୍ଲୀ,୧୨ା୨(ଆଇଏଏନ୍‌ଏସ୍‌): ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ସୈନ୍ୟମାନେ ଗତ ମାସରେ ଲଦାଖକୁ ଅନୁପ୍ରବେଶ କରି ସ୍ଥାନୀୟ ଲୋକଙ୍କୁ ଗୋରୁ ଚରାଇବାକୁ ଛାଡ଼ି ନ ଥିଲେ। ଏନେଇ ନ୍ୟୋମା ଅଞ୍ଚଳର ପୂର୍ବତନ ଭାଜପା କାଉନସିଲର ଉର୍ଗାଇନ୍‌ ଚୋଡନ୍‌ ଶୁକ୍ରବାର ଏହି ସୂଚନା ଦେବା ସହ ସୋସିଆଲ ମିଡିଆରେ ଏକ ଭିଡିଓ ଛାଡ଼ିଛନ୍ତି। ଗୋରୁପଲ ପଛରେ ଚାଇନା ସୈନ୍ୟ ଧାଉଁଥିବା ଭିଡିଓରେ ଦେଖାଯାଇଛି। ଚୋଡନ୍‌ କରିଥିବା ଟୁଇଟ୍‌ ଅନୁଯାୟୀ ଜାନୁୟାରୀରେ ପିଏଲ୍‌ଏ ସୈନ୍ୟ ଭାରତୀୟ ଅଞ୍ଚଳରେ ପ୍ରବେଶ କରି ଆମ ଗୋରୁଙ୍କୁ ଆମ ଅଞ୍ଚଳରେ ଚରିବାକୁ ଦେଇ ନ ଥିଲେ ବୋଲି କହିଛନ୍ତି। ତେବେ ଭାରତୀୟ ସୈନ୍ୟଙ୍କ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା। ଏପରିକି ଜଣେ ଗୋପାଳକ ନିଜ ଚମରି ଗାଈ ଆଣିବା ପାଇଁ ଚାଇନା ପାର୍ଶ୍ୱକୁ ଯାଇ ଫେରୁଥିବାବେଳେ ଭାରତୀୟ ଯବାନ ତାଙ୍କୁ ଅଟକାଇ ଥାନାକୁ ପଠାଇଦେଇଥିଲେ ବୋଲି ଚୋଡନ୍‌ ଅଭିଯୋଗ କରିଛନ୍ତି। ଗତ ୨୨ ମାସ ହେଲା ଭାରତ ଓ ଚାଇନ ମଧ୍ୟରେ ସୀମା ବିବାଦ ଜାରି ରହିଛି। ଇତିମଧ୍ୟରେ ଉଭୟ ଦେଶର ସାମରିକ ପ୍ରତିନିଧିମାନଙ୍କ ମଧ୍ୟରେ ୧୪ ପର୍ଯ୍ୟାୟ ଆଲୋଚନା ସରିଲାଣି। ସୀମାନ୍ତ ସ୍ଥିତିରେ ଏକପାଖିଆ ପରିବର୍ତ୍ତନ ଉଦ୍ୟମକୁ ସଫଳ ହେବାକୁ ଦିଆଯିବ ନାହିଁ ବୋଲି ଗତମାସରେ ଭାରତର ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri