୧୬୪ ଧାରାରେ ପୀଡ଼ିତାଙ୍କ ବୟାନ ରେକର୍ଡ

କଟକ ଅଫିସ,୧୪।୬ (କାର୍ତ୍ତିକ ସାହୁ): ବଲିଉଡ୍‌ ଗାୟକ ସୌରିନ୍‌ ଭଟ୍ଟଙ୍କ ନଁାରେ କଟକ ମହିଳା ଥାନାରେ ରୁଜୁ ହୋଇଥିବା ମାମଲାକୁ ନେଇ ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପ୍ରାଥମିକ ପଦକ୍ଷେପ ସ୍ବରୂପ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଛି। ଏଥିସହ ସ୍ଥାନୀୟ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ସିଆର୍‌ପିସି ୧୬୪ ଧାରାରେ ମଙ୍ଗଳବାର ତାଙ୍କର ବୟାନ ରେକର୍ଡ କରାଯାଇଛି। ଏନେଇ କଟକ ଡିସିପି ପିନାକ ମିଶ୍ର କହିଛନ୍ତି, ମାମଲା ଅତ୍ୟନ୍ତ ଗୁରୁତର ସହ ଗ୍ରହଣ କରାଯାଉଛି। ପୀଡ଼ିତାଙ୍କ ପକ୍ଷରୁ ହୋଇଥିବା ଅଭିଯୋଗଗୁଡ଼ିକ ଯାଞ୍ଚ କରାଯାଉଛି। ସୌରିନ୍‌ଙ୍କ ବିରୋଧରେ ଅଭିଯୋଗ ଆଧାରରେ ପୋଲିସ ପ୍ରମାଣ ଯୋଗାଡ଼ କରୁଛି। ଖୁବ୍‌ଶୀଘ୍ର ପୋଲିସ ସୌରିନ୍‌ଙ୍କୁ ଠାବ କରିବା ପାଇଁ ଓଡ଼ିଶା ବାହାରକୁ ଯିବା ନିମନ୍ତେ ଯୋଜନା କରୁଛି। ସୂଚନା ଅନୁସାରେ, ଜଣେ ଓଡ଼ିଆ ଗାୟିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଯୌନ ଶୋଷଣ, ପ୍ରତାରଣା କରିବା, ନିର୍ଯାତନା ଦେବା ଆଦି ନେଇ ମହିଳା ଥାନାରେ ସୋମବାର ଅଭିଯୋଗ ହୋଇଥିଲା। ଏ ନେଇ ଦଫା ୩୭୬, ୪୯୩, ୩୪୧, ୨୯୪, ୪୧୭, ୫୦୬ ଅନୁଯାୟୀ ପୋଲିସ ଏକ ମାମଲା (ନଂ.୭୮/୨୩) ରୁଜୁ କରିଥିଲା। ପୀଡ଼ିତାଙ୍କର ସୌରିନ୍‌ଙ୍କ ସହ ଭଲ ବନ୍ଧୁତାରୁ ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ସେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପୀଡ଼ିତା ସୌରିନଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ହେଲେ ପରବର୍ତ୍ତୀ ସମୟରେ ପୀଡ଼ିତା ଜଣଙ୍କ ଜାଣିଲେ ସୌରିନ୍‌ ବିବାହିତ ଓ ତାଙ୍କର ଏକ ପିଲା ଅଛି। ସେହିଦିନଠାରୁ ସେ ତାଙ୍କଠାରୁ ଦୂରେଇବାକୁ ଆରମ୍ଭ କରିଥିଲେ। ହେଲେ ସୌରିନ୍‌ ଉଭୟଙ୍କ ମଧ୍ୟରେ ଅନ୍ତରଙ୍ଗ ମୁହୂର୍ତ୍ତର କିଛି ଫଟୋ, ଭିଡିଓ ନିଜ ପାଖରେ ରଖିଥିଲେ ଯାହାକୁ ନେଇ ସେ ପୀଡ଼ିତାଙ୍କୁ ବ୍ଲାକମେଲିଂ କରୁଥିଲେ। ଏ ବିଷୟରେ କାହାକୁ ଜଣାଇଲେ ପୀଡିତା ଓ ତାଙ୍କ ମାଆଙ୍କୁ ମାରିଦେବା ପାଇଁ ସେ ଧମକ ଦେଇଥିଲେ। ଏପରି କି ବିଭିନ୍ନ ପର୍ଯ୍ୟାୟରେ ସୌରିନ୍‌ ୬ରୁ ୭ ଲକ୍ଷ ଟଙ୍କା ପୀଡ଼ିତାଙ୍କଠାରୁ ନେଇଥିବା ଏତଲାରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri