୧୬୪ ଧାରାରେ ପୀଡ଼ିତାଙ୍କ ବୟାନ ରେକର୍ଡ

କଟକ ଅଫିସ,୧୪।୬ (କାର୍ତ୍ତିକ ସାହୁ): ବଲିଉଡ୍‌ ଗାୟକ ସୌରିନ୍‌ ଭଟ୍ଟଙ୍କ ନଁାରେ କଟକ ମହିଳା ଥାନାରେ ରୁଜୁ ହୋଇଥିବା ମାମଲାକୁ ନେଇ ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପ୍ରାଥମିକ ପଦକ୍ଷେପ ସ୍ବରୂପ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଛି। ଏଥିସହ ସ୍ଥାନୀୟ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ସିଆର୍‌ପିସି ୧୬୪ ଧାରାରେ ମଙ୍ଗଳବାର ତାଙ୍କର ବୟାନ ରେକର୍ଡ କରାଯାଇଛି। ଏନେଇ କଟକ ଡିସିପି ପିନାକ ମିଶ୍ର କହିଛନ୍ତି, ମାମଲା ଅତ୍ୟନ୍ତ ଗୁରୁତର ସହ ଗ୍ରହଣ କରାଯାଉଛି। ପୀଡ଼ିତାଙ୍କ ପକ୍ଷରୁ ହୋଇଥିବା ଅଭିଯୋଗଗୁଡ଼ିକ ଯାଞ୍ଚ କରାଯାଉଛି। ସୌରିନ୍‌ଙ୍କ ବିରୋଧରେ ଅଭିଯୋଗ ଆଧାରରେ ପୋଲିସ ପ୍ରମାଣ ଯୋଗାଡ଼ କରୁଛି। ଖୁବ୍‌ଶୀଘ୍ର ପୋଲିସ ସୌରିନ୍‌ଙ୍କୁ ଠାବ କରିବା ପାଇଁ ଓଡ଼ିଶା ବାହାରକୁ ଯିବା ନିମନ୍ତେ ଯୋଜନା କରୁଛି। ସୂଚନା ଅନୁସାରେ, ଜଣେ ଓଡ଼ିଆ ଗାୟିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଯୌନ ଶୋଷଣ, ପ୍ରତାରଣା କରିବା, ନିର୍ଯାତନା ଦେବା ଆଦି ନେଇ ମହିଳା ଥାନାରେ ସୋମବାର ଅଭିଯୋଗ ହୋଇଥିଲା। ଏ ନେଇ ଦଫା ୩୭୬, ୪୯୩, ୩୪୧, ୨୯୪, ୪୧୭, ୫୦୬ ଅନୁଯାୟୀ ପୋଲିସ ଏକ ମାମଲା (ନଂ.୭୮/୨୩) ରୁଜୁ କରିଥିଲା। ପୀଡ଼ିତାଙ୍କର ସୌରିନ୍‌ଙ୍କ ସହ ଭଲ ବନ୍ଧୁତାରୁ ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ସେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପୀଡ଼ିତା ସୌରିନଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ହେଲେ ପରବର୍ତ୍ତୀ ସମୟରେ ପୀଡ଼ିତା ଜଣଙ୍କ ଜାଣିଲେ ସୌରିନ୍‌ ବିବାହିତ ଓ ତାଙ୍କର ଏକ ପିଲା ଅଛି। ସେହିଦିନଠାରୁ ସେ ତାଙ୍କଠାରୁ ଦୂରେଇବାକୁ ଆରମ୍ଭ କରିଥିଲେ। ହେଲେ ସୌରିନ୍‌ ଉଭୟଙ୍କ ମଧ୍ୟରେ ଅନ୍ତରଙ୍ଗ ମୁହୂର୍ତ୍ତର କିଛି ଫଟୋ, ଭିଡିଓ ନିଜ ପାଖରେ ରଖିଥିଲେ ଯାହାକୁ ନେଇ ସେ ପୀଡ଼ିତାଙ୍କୁ ବ୍ଲାକମେଲିଂ କରୁଥିଲେ। ଏ ବିଷୟରେ କାହାକୁ ଜଣାଇଲେ ପୀଡିତା ଓ ତାଙ୍କ ମାଆଙ୍କୁ ମାରିଦେବା ପାଇଁ ସେ ଧମକ ଦେଇଥିଲେ। ଏପରି କି ବିଭିନ୍ନ ପର୍ଯ୍ୟାୟରେ ସୌରିନ୍‌ ୬ରୁ ୭ ଲକ୍ଷ ଟଙ୍କା ପୀଡ଼ିତାଙ୍କଠାରୁ ନେଇଥିବା ଏତଲାରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri