୪ ନୂଆ ୱାର୍ଡ ଗଠନ ପାଇଁ ଯୋଜନା

ପୁରୀ ଅଫିସ,୨୭ ।୧୦:ପୁରୀ ପୌରାଞ୍ଚଳକୁ ୩୬ଟି ୱାର୍ଡ କରାଯାଇପାରେ। ଏନେଇ ଯୋଜନା ଚାଲିଛି। ସମ୍ପ୍ରତି ପୁରୀ ସହରରେ ୩୨ଟି ୱାର୍ଡ ରହିଛି। ତେବେ ୪ଟି ୱାର୍ଡକୁ ଭାଙ୍ଗି ସାନି ନୂଆ ୪ଟି ୱାର୍ଡ ଗଠନ ପାଇଁ ଯୋଜନା ହେଉଛି। ପୁରୀ ସହରର ୧, ୫, ୭ ଓ ୩୦ ନମ୍ବର ୱାର୍ଡରୁ ଗୋଟିଏ ଲେଖାଏ ନୂଆ ୱାର୍ଡ ସୃଷ୍ଟି କରାଯିବ। ଏହି ୪ଟି ୱାର୍ଡ ଅପେକ୍ଷାକୃତ ଭାବେ ବଡ଼ ହୋଇଥିବାରୁ ଏଗୁଡ଼ିକୁ ଭାଙ୍ଗି ନୂଆ ୱାର୍ଡ ଗଠନ ନେଇ ବିଚାର ବିମର୍ଷ ଚାଲିଥିବା ସୂଚନା ମିଳିଛି। ପୌରସଂସ୍ଥାର ବିସ୍ତୃତିକୁ ବଢ଼ାଇବା ସପକ୍ଷରେ ଜିଲା ପ୍ରଶାସନ ନାହିଁ। ଅନ୍ୟପକ୍ଷରେ ଭାରତୀୟ ନିର୍ବାଚନ କମିଶନ ଏବଂ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଜିଲାରେ ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ-ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଜାରି ରହିଛି। ଏ ସଂକ୍ରାନ୍ତରେ ସ୍ଥାନୀୟ ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତା ଜାନୁଆରୀ ପହିଲା ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ବୟସ ହେଉଥିବ ସେମାନେ ନୂତନ ଭୋଟର ଭାବେ ନାମ ପଞ୍ଜୀକରଣ କରିପାରିବେ। ନୂତନ ଭୋଟର ଭାବେ ପଞ୍ଜିକରଣ କରିବା ପାଇଁ ଫର୍ମ-୬ କ, ଭୋଟର ତାଲିକାରୁ ନାମ ବାଦ୍‌ ପଡ଼ିଥିଲେ ଫର୍ମ-୭, ସଂଶୋଧନ ପାଇଁ ଫର୍ମ-୮, ସ୍ଥାନାନ୍ତରଣ ନିମନ୍ତେ ଫର୍ମ-୮କ ମାଧ୍ୟମରେ ବୁଥସ୍ତରରେ ବିଏଲ୍‌ଓଙ୍କ ନିକଟରେ ଆବେଦନ କରିହେବ। ଆସନ୍ତା ନଭେମ୍ବର ୧ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ଆସନ୍ତା ଡିସେମ୍ବର ୨୦ ତାରିଖ ସୁଦ୍ଧା ସମସ୍ତ ଆପତ୍ତି ଅଭିଯୋଗ ଶୁଣାଣି ହୋଇ ଜାନୁଆରୀ ୫ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ବୋଲି ଅତିରିକ୍ତ ଜିଲାପାଳ କହିଛନ୍ତି। ସେହିଭଳି ଭୋଟର ହେଲ୍ପଲାଇନ୍‌ ଆପ୍‌, ନ୍ୟାଶନାଲ୍‌ ଭୋଟର ସର୍ଭିସ୍‌ ପୋର୍ଟାଲ ଓ ଭୋଟର ସହାୟତା କେନ୍ଦ୍ର ମାଧ୍ୟମରେ ଭୋଟରଙ୍କୁ ଏହି ସୁବିଧା ମିଳିବ। ଉପଜିଲାପାଳ ଏବଂ ସମସ୍ତ ବିଡିଓଙ୍କ କାର୍ଯ୍ୟାଳୟରେ ଭୋଟର ସହାୟତା କେନ୍ଦ୍ର ଖୋଲାଯିବ। ଭୋଟର ଯେପରି ଭୋଟଦାନରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ ଆସନ୍ତା ୭ ଓ ୨୧ ତାରିଖ ରବିବାରଗୁଡ଼ିକରେ ସ୍ବତନ୍ତ୍ର ଅଭିଯାନ ଦିବସ ପାଳନ ହେବ। ବୁଥସ୍ତରୀୟ ଅଧିକାରୀମାନେ ବୁଥ୍‌ ସ୍ତରରେ ଉପସ୍ଥିତ ରହିବେ। ସମ୍ପ୍ରତି ଜିଲାରେ ୭ ଲକ୍ଷ ୧୫ ହଜାର ୯୧୨ ଜଣ ପୁରୁଷ ଓ ୬ ଲକ୍ଷ ୬୮ ହଜାର ୨୮୮ ଜଣ ମହିଳା ଭୋଟର ଥିବାବେଳେ ୬୯ ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ସମୁଦାୟ ଭୋଟରଙ୍କ ସଂଖ୍ୟା ୧୩ ଲକ୍ଷ ୮୪ ହଜାର ୨୬୯ ରହିଛି। ସର୍ବଦଳୀୟ ବୈଠକରେ ଉପଜିଲାପାଳ ଭଭତାରଣ ସାହୁ ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ଜିତେନ୍ଦ୍ର କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।v


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?