‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ ଓ କର୍ମଚାରୀଙ୍କୁ ନେଇ ରଣନୀତି ପ୍ରସ୍ତୁତ କରୁଛନ୍ତି। ଦେଶରେ ଗଣତନ୍ତ୍ରକୁ ଭାଜପା ହତ୍ୟା କରୁଥିବା ବେଳେ ଏବେ କ୍ୟାମ୍ପସ ରାଜନୀତିରେ ଭାଜପା ଗଣତନ୍ତ୍ରକୁ ହତ୍ୟା କରୁଥିବା ନେଇ ବିଜେଡି ଅଭିଯୋଗ କରିଛି।

ଶଙ୍ଖ ଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ନେତା ଭୃଗୁ ବକ୍ସିପାତ୍ର କହିଛନ୍ତି, ସାରା ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ନିର୍ଦ୍ଦିଷ୍ଟ ଛାତ୍ର ସଙ୍ଗଠନ ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ନିଜର ପ୍ରସ୍ତୁତି ପର୍ବ ସରିଲା ପରେ ସରକାର ନିର୍ବାଚନ ଘୋଷଣା କଲେ। ଓଡ଼ିଶାରେ ପ୍ରାୟ ୬୦୦ କଲେଜ ଓ ପାଖାପାଖି ୧୨ଟି ବିଶ୍ୱବିଦ୍ୟାଳୟ ଓ ଅନ୍ୟ କଲେଜଗୁଡିକରେ ଏବିଭିପି ପ୍ରାର୍ଥୀମାନେ ନିର୍ବାଚନ ଜିତିପାରିବେ ନାହିଁ ବୋଲି ସେଠାରେ ସରକାର ନିର୍ବାଚନ କରାଉନାହାନ୍ତି। ଛାତ୍ର ସଂସଦ ନିର୍ବାଚନରେ ନଗର ଉନ୍ନୟନ ମନ୍ତ୍ରୀ କଲେଜ ଅଧ୍ୟକ୍ଷ ଓ ଭିସିମାନଙ୍କୁ ଡାକି ରିଭ୍ୟୁ ନାଁରେ ଏବିଭିପି ଛାତ୍ର ସଙ୍ଗଠନ କିଭଳି ଜିତିବ ସେଥିପାଇଁ ତାଙ୍କୁ ତାଗିଦ କରୁଥିବା ଫଟୋ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି ବୋଲି ଭୃଗୁ କହିଛନ୍ତି।

ବିଜୁ ଯୁବ ଜନତା ଦଳ ସଭାପତି ଚିନ୍ମୟ ସାହୁ କହିଛନ୍ତି, ସରକାର ଯଦି ଛାତ୍ର ସଂସଦ ନିର୍ବାଚନ କରାଇବାର ଥିଲା କାହିଁକି ଏକାଡେମିକ କ୍ୟାଲେଣ୍ଡରରେ ଆଗୁଆ ସୂଚନା ଦେଲେ ନାହିଁ। ଆଡ୍‌ମିଶନ ପ୍ରକ୍ରିୟା ଶେଷହୋଇ ନ ଥିବାବେଳେ ସରକାର ତରବରିଆ ଭାବେ ଛାତ୍ର ସଂସଦ ନିର୍ବାଚନ ନେଇ କାହିଁକି ବିଜ୍ଞପ୍ତି ପ୍ରକାଶ କଲେ। ବିଜୁ ଛାତ୍ର ଜନତା ଦଳ ସଭାପତି ଈପ୍ସିତା ସାହୁ କହିଛନ୍ତି, ଓଡ଼ିଶାରେ ଜେନ୍‌ ଜି ମାନଙ୍କ ଅଧିକାର ଛଡ଼ାଇନେବାକୁ ଭାଜପା ସରକାର ଭରପୂର ପ୍ରୟାସ ଜାରି ରଖିଛନ୍ତି ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?