Posted inଜାତୀୟ

ବାୟୁ ପ୍ରଦୂଷଣ ରୋକିବାକୁ ୩ ସପ୍ତାହରେ ଯୋଜନା କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୯(ପି.ଟି.): ପାର୍ବଣ ଆରମ୍ଭ ସହ ଶୀତଋତୁର ଆଗମନ ହେବାକୁ ଯାଉଛି। ଏହି ସମୟରେ ପ୍ରଦୂଷଣର ମାତ୍ରା ଅଧିକ ରହିଥାଏ। ବିଶେଷକରି ସହରାଞ୍ଚଳରେ ବାୟୁ ପ୍ରଦୂଷଣ ସାଙ୍ଗକୁ ମୁକ୍ତବାୟୁର ଅଭାବ ଲୋକଙ୍କ ପାଇଁ ନାନା ରୋଗକୁ ଡାକିଆଣିଥାଏ। ଏହାକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୁଧବାର ୩ ସପ୍ତାହ ମଧ୍ୟରେ ବାୟୁ ପ୍ରଦୂଷଣ ରୋକିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବାକୁ କମିଶନ୍‌ ଫର୍‌ ଏୟାର କ୍ୱାଲିଟି ମ୍ୟାନେଜ୍‌ମେଣ୍ଟ (ସିଏକ୍ୟୁଏମ୍‌), କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଏବଂ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।

ଉପରୋକ୍ତ ପ୍ରଦୂଷଣ ନିରୋଧୀ ସଂସ୍ଥାଗୁଡ଼ିକରେ ଖାଲି ପଡ଼ିଥିବା ପଦବୀ ପୂରଣ ସମ୍ପର୍କିତ ଏକ ପ୍ରସଙ୍ଗରେ ସୁପ୍ରିମକୋର୍ଟ ନିଜ ଆଡ଼ୁ ଶୁଣାଣି କରି ଏଥିରେ ବିଳମ୍ବକୁ ନେଇ ଭର୍ତ୍ସନା କରିଛନ୍ତି। ସିଏକ୍ୟୁଏମ୍‌ ହେଉଛି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଏକ ବୈଧାନିକ ସଂସ୍ଥା। ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌) ସମେତ ଏହାର ପାର୍ଶ୍ୱବର୍ତ୍ତୀ ପଞ୍ଜାବ, ହରିୟାଣା, ଉତ୍ତର ପ୍ରଦେଶ ଓ ରାଜସ୍ଥାନ ଅଞ୍ଚଳରେ ବାୟୁ ଗୁଣବତ୍ତା ପରିଚାଳନା ସହ ଏଥିରେ ସୁଧାର ଆଣିବା ହେଉଛି ଏହି ସଂସ୍ଥାର ମୁଖ୍ୟ ଉଦ୍ଦେଶ୍ୟ। ସିଜେଆଇ ବି.ଆର୍‌. ଗବଇ ଓ ଜଷ୍ଟିସ୍‌ କେ. ବିନୋଦ ଚନ୍ଦ୍ରନ୍‌ଙ୍କ ଖଣ୍ଡପୀଠ ଏହା ଉପରେ ଶୁଣାଣି ବେଳେ ଏହି ରାଜ୍ୟଗୁଡ଼ିକୁ ୩ ମାସ ମଧ୍ୟରେ ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସିଏକ୍ୟୁଏମ୍‌, ସିପିସିବି ଏବଂ ରାଜ୍ୟ ବୋର୍ଡଗୁଡ଼ିକୁ ପଦୋନ୍ନତିଭିତ୍ତିକ ପଦବୀ ପୂରଣ ପାଇଁ ୬ ମାସ ସମୟ ଦିଆଯାଇଛି। ବର୍ତ୍ତମାନ ହରିୟାଣା, ପଞ୍ଜାବ, ୟୁପି ଓ ରାଜସ୍ଥାନ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡରେ ଯଥାକ୍ରମେ ୪୪, ୪୩, ୧୬୬ ଓ ୨୫୯ ପଦବୀ ଖାଲି ପଡ଼ିଛି। ଏଭଳି ସ୍ଥିତିରେ ପ୍ରଦୂଷଣ ନିୟନ୍ତ୍ରଣ ନୀତିକୁ କାର୍ଯ୍ୟକାରୀ କରାଇବା ସମ୍ଭବପର ନୁହେଁ ବୋଲି ଅଦାଲତ ଚିନ୍ତାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri