ଦାମାସ୍‌କସ୍‌କୁ ଟାର୍ଗେଟ୍‌ କରିବା ଯୋଜନା ପଣ୍ଡ,ଇସ୍ରାଏଲ୍‌ କ୍ଷେପଣାସ୍ତ୍ରକୁ ଧ୍ୱଂସ କଲା ସିରିଆ …

ଦାମାସ୍‌କସ୍‌, ୯।୨ : ସିରିଆ ରାଜଧାନୀ ଦାମାସ୍‌କସ୍‌କୁ ଟାର୍ଗେଟ୍‌ କରି ଉତ୍‌କ୍ଷେପଣ କରାଯାଇଥିବା ଇସ୍ରାଏଲର କ୍ଷେପଣାସ୍ତ୍ରକୁ ଧ୍ୱଂସ କରାଯାଇଛି। ସିରିଆ ବୁଧବାର ରାଜଧାନୀ ଦାମାସ୍‌କସ୍‌କୁ ଟାର୍ଗେଟ୍‌ କରି ଉତ୍‌କ୍ଷେପଣ କରାଯାଇଥିବା ବହୁ ଇସ୍ରାଏଲ କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଥିବା ନେଇ ଦାବି କରିଛି। ଲକ୍ଷ୍ୟଭେଦ କରିବା ପୂର୍ବରୁ ଆକାଶରେ କ୍ଷେପଣାସ୍ତ୍ରଗୁଡ଼ିକୁ ଧ୍ୱଂସ କରାଯାଇଥିବା ସିରିଆ କହିଛି।

ଏହା ପୂର୍ବରୁ ସିରିଆ ଟେଲିଭିଜନ ରିପୋର୍ଟ କରିଥିଲା ଯେ ଦାମାସ୍‌କସ୍‌ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ପାଇଁ ଇସ୍ରାଏଲ ଯୋଜନା କରିଛି। ବର୍ତ୍ତମାନ ସୁଦ୍ଧା କୌଣସି ପ୍ରକାରର କ୍ଷୟକ୍ଷତି କିମ୍ବା ମୃତାହତଙ୍କ ସମ୍ପର୍କରେ ସୂଚନା ଉପଲବ୍ଧ ହୋଇନାହିଁ।

ଅପରପକ୍ଷରେ ଇସ୍ରାଏଲ ସୈନ୍ୟ ବାହିନୀ କହିଛି ଯେ ଇସ୍ରାଏଲ ଆଡ଼କୁ ସିରିଆ ପକ୍ଷରୁ ଏକ ବିମାନ ପ୍ରତିିରୋଧୀ କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇସ୍ରାଏଲ ସିରିଆ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି କି ନାହିଁ ସେ ସମ୍ପର୍କରେ ଇସ୍ରାଏଲର ସାମରିକ ମୁଖପାତ୍ର କୌଣସି ମନ୍ତବ୍ୟ ଦେବାକୁ ମନା କରି ଦେଇଛନ୍ତି। ଇସ୍ରାଏଲ ସୈନ୍ୟବାହିନୀ ଟୁଇଟରରେ କହିଛି ଯେ ସିରିଆ ଅଞ୍ଚଳରୁ ଇସ୍ରାଏଲ ଆଡ଼କୁ ଏକ ବିମାନ ପ୍ରତିରୋଧୀ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ ହୋଇଛି।

ଏହି କ୍ଷେପଣାସ୍ତ୍ର ଆକାଶରେ ପ୍ରଚଣ୍ଡ ବିସ୍ଫୋରଣ କରିଥିଲା। ତେଣୁ ଏହାକୁ ରୋକିବାର ଆବଶ୍ୟକତା ନ ଥିଲା ବୋଲି ଇସ୍ରାଏଲ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri