ରୁଷିଆରେ ବିମାନ ଦୁର୍ଘଟଣା: ୧୦ ମୃତ

ମସ୍କୋ,୨୪।୮: ରୁଷିଆ ରାଜଧାନୀ ମସ୍କୋରୁ ସେଣ୍ଟ୍‌ ପିଟର୍ସବର୍ଗ ଅଭିମୁଖେ ଯାଉଥିବା ଏକ ବିଜ୍‌ନେସ୍‌ ଜେଟ୍‌ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଛି। ଯାତ୍ରୀ ତାଲିକାରେ ରୁଷିଆର ଘରୋଇ ସେନା ଓ୍ବାଗନର ମୁଖ୍ୟ ୟେଭ୍‌ଗେନି ପ୍ରିଗୋଝିନ ଥିବା କୁହାଯାଉଛି। ତେବେ ପ୍ରିଗୋଝିନଙ୍କ ମୃତ୍ୟୁ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଅସମର୍ଥିତ ସୂତ୍ରରୁ ଜଣାପଡ଼ିଛି ଯେ, ଦୁର୍ଘଟଣାଗ୍ରସ୍ତ ବିମାନର ମାଲିକ ହେଉଛନ୍ତି ପ୍ରିଗୋଝିନ। ବେସାମରିକ ବିମାନ ଚଳାଚଳ ନିୟନ୍ତ୍ରକ ରୋସାଭିଆସିଆ କହଛନ୍ତି, ଯାତ୍ରୀ ତାଲକାରେ ପ୍ରିଗୋଝିନଙ୍କ ନାମ ରହିଥିଲେ ମଧ୍ୟ ବିମାନରେ ସେ ଥିଲେ କି ନାହିଁ ତାହା ଜଣାପଡ଼ିନାହିଁ। ଉକ୍ତ ବିମାନରେ ୩ ପାଇଲଟ୍‌ ଓ ୭ ଯାତ୍ରୀ ଥିଲେ। ମସ୍କୋରୁ ଶହେ କି.ମି. ଦୂର ଟିଭେର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିବା ଦେଶର ସରକାରୀ ନ୍ୟୁଜ୍‌ ଏଜେନ୍ସି ଟାସ୍‌ ଏମର୍‌ଜେନ୍ସି ଅଧିକାରୀମାନଙ୍କ ସୂତ୍ରରୁ ହସ୍ତଗତ ତଥ୍ୟ ଆଧାରରେ କହିଛନ୍ତି।

ପ୍ରକାଶ ଯେ, ଜୁନ୍‌ ଶେଷ ଆଡ଼କୁ ପ୍ରିଗୋଝିନ୍‌ ରୁଷିଆ ସେନା ବିରୋଧରେ ସଶସ୍ତ୍ର ବିଦ୍ରୋହ କରି ନିଜ ସୈନ୍ୟଙ୍କ ସହ ମସ୍କୋ ଅଭିମୁଖେ ଅଗ୍ରସର ହୋଇଥିଲେ। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନଙ୍କ ଘନିଷ୍ଠ ସହଯୋଗୀ ତଥା ବେଲାରୁଷ୍‌ ରାଷ୍ଟ୍ରପତି ଆକେଲକଜାଣ୍ଡାର ଲୁକାସେନ୍‌କୋଙ୍କ ହସ୍ତକ୍ଷେପ ପରେ ଓ୍ବାଗନର୍‌ ସେନା ପଛଘୁଞ୍ଚା ଦେଇଥିଲା। ପରବର୍ତ୍ତୀ ସମୟରେ ପ୍ରିଗୋଝିନଙ୍କ ସୈନ୍ୟ ବେଲାରୁଷରେ ଥିବା ୟୁକ୍ରେନ ବିରୋଧୀ ଶିବିରଗୁଡିକରେ ଅବସ୍ଥାନ କରିଥିବା କୁହାଯାଇଥିଲା। ଅନ୍ୟପଟେ ଦେଶ ତଥା ଦେଶ ବାହାରେ ଜଣେ ପରେ ଜଣେ ପୁଟିନ ବିରୋଧୀ ଓ ସମାଲୋଚକଙ୍କ ରହସ୍ୟଜନକ ମୃତ୍ୟୁ ଘଟି ଚାଲିଥିବାରୁ ସଦ୍ୟ ବିମାନ ଦୁର୍ଘଟଣାକୁ ନେଇ ଅନେକ ପ୍ରଶ୍ନବାଚୀ ଛିଡ଼ା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?