ବିମାନ ଦୁର୍ଘଟଣା ଗ୍ରସ୍ତ, ଜଣେ ମୃତ ୩ ଆହତ…

କାଲିଫର୍ନିଆ,୫।୭ : ଦକ୍ଷିଣ କାଲିଫର୍ନିଆରେ ଗୋଟିଏ ଇଞ୍ଜିନ ବିମାନ ଦୁର୍ଘଟଣାଗ୍ରସ୍ତ ହେବାପରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଛନ୍ତି।

ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ କହିଛି ସେସନା ୧୭୨ ବିମାନ, ଚାରି ଜଣଙ୍କ ସହିତ, ମୁରାଇଟାସ୍ଥିତ ଫ୍ରେଞ୍ଚ ଭ୍ୟାଲି ବିମାନ ବନ୍ଦରରୁ ପ୍ରାୟ ମଙ୍ଗଳବାର ଅପରାହ୍ନ ୨ଟା ୪୫ ସମୟରେ ଉଡ଼ାଣ କରିବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଟେଲିଭିଜନ ନ୍ୟୁଜ ଫୁଟେଜରେ ଛୋଟ ବିମାନକୁ ଏକ ବ୍ୟବସାୟିକ ପାର୍କିଂ ସ୍ଥାନରେ ଓଲଟି ପଡ଼ିଥିବା ଦେଖାଯାଇଥିଲା ।

ରିଭରସାଇଡ କାଉଣ୍ଟି ଅଗ୍ନିଶମ ବିଭାଗର ସୂଚନା ଅନୁଯାୟୀ, ଲସ ଆଞ୍ଜେଲସ ସହରର ଦକ୍ଷିଣ-ପୂର୍ବଠାରୁ ପ୍ରାୟ ୮୫ ମାଇଲ (୧୩୫ କିଲୋମିଟର) ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଅଗ୍ନିଶମ ବିଭାଗ ଟୁଇଟରରେ କହିଛି ଗୁରୁତର ଆହତଙ୍କ ସମେତ ଅନ୍ୟ ତିନିଜଣଙ୍କୁ ଡାକ୍ତରଖାନା ନିଆଯାଇଛି।

ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ ଏବଂ ଜାତୀୟ ପରିବହନ ସୁରକ୍ଷା ବୋର୍ଡ ଏହାର ଯାଞ୍ଚ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri