Plane Crash: ୟୁକ୍ରେନ ସୀମାରେ ରୁଷିଆ ବାୟୁସେନା ବିମାନ ଦୁର୍ଘଟଣା ଗ୍ରସ୍ତ,୬୫ ମୃତ…

ମସ୍କୋ,୨୪।୧ : ରୁଷିଆର ସେନା ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଖବର ମିଳିଛି। କୁହାଯାଉଛି ଏହି ବିମାନଟି ୟୁକ୍ରେନ ସୀମା ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବିମାନରେ ଥିବା ୬୫ ଜଣ ଲୋକ ଥିବା ଜଣାଯାଇଛି। ନ୍ୟୁଜ ଏଜେନ୍ସି ରଏଟର୍ସ ରିପୋର୍ଟ ଅନୁଯାୟୀ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ବିମାନର ଦୁର୍ଘଟଣାକୁ ନିଶ୍ଚିତ କରିଛି। ସୂଚନା ଅନୁଯାୟୀ, ୟୁକ୍ରେନ ସୀମା ନିକଟ ବେଲଗୋରୋଡ ଅଞ୍ଚଳରେ ରୁଷିଆର ଇଲିୟୁସିନ -୭୬ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ରିପୋର୍ଟରେ କୁହାଯାଇଛି ଏହି ବିମାନରେ ୟୁକ୍ରେନ ଯୁଦ୍ଧ ବନ୍ଦୀମାନେ ଥିଲେ।

ଯୁଦ୍ଧବନ୍ଦୀଙ୍କୁ ବିନିମୟ ପାଇଁ ବେଲଗୋରୋଡକୁ ନିଆଯାଉଥିଲା। ବିମାନଟି ମଧ୍ୟଭାଗରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏବଂ ସମସ୍ତ ୟୁକ୍ରେନ ସୈନିକଙ୍କର ମୃତ୍ୟୁ ହୋଇଥିଲା।

୬ ଜଣ କ୍ରୁ ସଦସ୍ୟଙ୍କ ସହିତ ଦୁର୍ଘଟଣାଗ୍ରସ୍ତ ବିମାନରେ ତିନିଜଣ ଏସକର୍ଟ ମଧ୍ୟ ଥିଲେ। ଏହି ଦୁର୍ଘଟଣାରେ ସେମାନଙ୍କର ମଧ୍ୟ ମୃତ୍ୟୁ ଘଟିଛି। ବେଲଗୋରୋଡ ରାଜ୍ୟପାଳ ୟଶେସ୍ଲାଭ ଗ୍ଲାଡକୋଭ ଏହି ଦୁର୍ଘଟଣାକୁ ନିଶ୍ଚିତ କରିଛନ୍ତି କିନ୍ତୁ ଅଧିକ ବିବରଣୀ ଦେବାକୁ ମନା କରି ଦେଇଛନ୍ତି। ଏହି ବିମାନ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଏପର୍ଯ୍ୟନ୍ତ ରୁଷିଆ ଦ୍ୱାରା କୌଣସି ସରକାରୀ ବିବୃତ୍ତି ଜାରି କରାଯାଇ ନାହିଁ।

ଏଥି ସହିତ ବିମାନଟି କିପରି ଦୁର୍ଘଟଣାଗ୍ରସ୍ତ ହୋଇଛି ସେ ସମ୍ପର୍କରେ ଅଧିକ ସୂଚନା ମିଳିନାହିଁ। ଭାଇରାଲ ଭିଡିଓରେ ଏହା ଦେଖିବାକୁ ମିଳୁଛି ଏକ ବିମାନ ଆକାଶରେ ଉଡୁଛି ଏବଂ ଏହା ପରେ ୟାବଲୋନୋଭୋ ଗାଁ ନିକଟରେ ଜଳି ଖସିବା ଆରମ୍ଭ କରୁଛି। କିଛି ସେକେଣ୍ଡ ମଧ୍ୟରେ ବିମାନଟି ତଳେ ପଡି ପ୍ରଚଣ୍ଡ ବିସ୍ଫୋରଣ ସହିତ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri