Posted inଖେଳ

ଅଷ୍ଟ୍ରେଲିଆରେ ଭାରତୀୟ ଟିମ୍‌ ରହୁଥିବା ହୋଟେଲ୍‌ ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା: ଦୌଡ଼ି ଜୀବନ ବଞ୍ଚାଇଲେ..

ନୂଆଦିଲ୍ଲୀ, ୧୫।୧୧: ଆଇପିଏଲ୍‌ ଶେଷ ହେବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳିବା ପାଇଁ ଭାରତୀୟ ଟିମ୍‌ ସିଡନୀ ଗସ୍ତ କରିଥିଲା। ଶନିବାର ଦଳ ପ୍ରଥମ ଆଉଟ୍‌ଡୋର ସେଶନ ଆରମ୍ଭ କରିଛି। ହେଲେ ଏହି ସମୟରେ ଉକ୍ତ ଅଞ୍ଚଳରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି। ଭାରତୀୟ ଦଳ ରହୁଥିବା ହୋଟେଲଠାରୁ ପ୍ରାୟ ୩୦ କିମି ଦୂରରେ ଏହି ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏ ନେଇ ଜାଣିବା ପରେ ହୋଟେଲରେ ଭୟର ବାତାବରଣ ସୃଷ୍ଟି ହୋଇଛି।

ତେବେ ସିଡନୀର ଅଲିମ୍ପିକ ପାର୍କ ହୋଟେଲରେ ଭାରତୀୟ ଟିମ୍‌ର ଖେଳାଳିମାନଙ୍କ ସହ ସେଠାକାର ସ୍ଥାନୀୟ କ୍ରିକେଟର ଏବଂ ଫୁଟବଲର ଅଛନ୍ତି। ହେଲେ କ୍ରୋମର ପାର୍କରେ ଉକ୍ତ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।

କ୍ରୋମର ପାର୍କ ନିକଟରେ କ୍ରିକେଟ ଏବଂ ଫୁଟବଲର ମ୍ୟାଚ୍‌ ଖେଳା ଯାଉଥିଲା। ବିମାନଟି ଯାଇ ଉକ୍ତ ପଡ଼ିଆରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଖେଳାଳିମାନେ ବିମାନ ଆସିବା ଦେଖି ସେଠାରୁ ଦୌଡ଼ି ଜୀବନ ବଞ୍ଚାଇଥିଲେ। ପରେ ବିମାନଟି ଏକ ଫ୍ଲାଇଂ ସ୍କୁଲର ବୋଲି ଜଣାପଡ଼ିଥିଲା। ବିମାନରେ ଦୁଇଜଣ ଯାତ୍ରୀ ଥିବା ବେଳେ ସେମାନେ ସୁରକ୍ଷିତ ଅଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କହିରଖୁଛୁ, ସିଡନୀରେ ପହଞ୍ଚିବା ପରେ ଖେଳାଳିମାନେ ୪୮ ଘଣ୍ଟା କ୍ୱାରାଣ୍ଟାଇନରେ ରହିଥିଲେ। ଏହାପରେ ଶନିବାର ସେମାନେ ଆଉଟ୍‌ଡୋର ଅଭ୍ୟାସ ଆରମ୍ଭ କରିଥିଲେ। ନଭେମ୍ବର ୨୭ରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri