Posted inଜାତୀୟ

୫୦ ଯାତ୍ରୀଙ୍କୁ ଛାଡ଼ି ଚାଲିଗଲା ବିମାନ

ବେଙ୍ଗାଲୁରୁ, ୧୦।୧: ମହିଳା ସହଯାତ୍ରୀଙ୍କ ଉପରେ ଯୁବକ ପରିସ୍ରା କରିବାର ଦୁଇ ଦୁଇଟି ଘଟଣା ଏବେ ଖବରର ଶିରୋନାମା ପାଲଟିଥିବାବେଳେ ଗୋ ଫାଷ୍ଟ ଫ୍ଲାଇଟ୍‌ ବିରୋଧରେ ଏକ ଅବହେଳାପୂର୍ଣ୍ଣ ଅଭିଯୋଗ ସାମ୍ନାକୁ ଆସିଛି। ସୋମବାର ଏହି ଘରୋଇ ବିମାନ ବେଙ୍ଗାଲୁରୁରୁ ଜାତୀୟ ରାଜଧାନୀ ଦିଲ୍ଲୀ ଅଭିମୁଖେ ଉଡ଼ାଣ ଭରିବାକୁ ଥିବାବେଳେ ୫୦ ଯାତ୍ରୀଙ୍କୁ ବିମାନ ବନ୍ଦରରେ ଛାଡ଼ି ଚାଲିଆସିଛି। ଏ ନେଇ କେତେଜଣ ଯାତ୍ରୀ ଟୁଇଟରରେ ପୋଷ୍ଟ ଶେୟାର କରିବା ପରେ ଘଟଣା ଲୋକଲୋଚନକୁ ଆସିଛି। ଉକ୍ତ ପୋଷ୍ଟରେ ସେମାନେ ବେସାମରିକ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସମ୍ପୃକ୍ତ ଏୟାର ଲାଇନ୍ସକୁ ଟ୍ୟାଗ୍‌ କରିଛନ୍ତି।
ପୋଷ୍ଟ ମୁତାବକ, ସୋମବାର ସକାଳ ୬ଟା ୩୦ ମିନିଟ୍‌ରେ ଫ୍ଲାଇଟ୍‌ ନଂ. ଜି୮ ୧୧୬ ବେଙ୍ଗାଲୁରୁ ବିମାନ ବନ୍ଦରରୁ ଦିଲ୍ଲୀ ପାଇଁ ଟେକ୍‌ ଅଫ୍‌ କରିଥିଲା। ବୋର୍ଡିଂ ପାଇଁ ୪ଟି ବସ୍‌ରେ ଯାତ୍ରୀ ବିମାନ ନିକଟକୁ ଯାଇଥିଲେ। ତିନି ନମ୍ବର ବସ୍‌ଟି ଗେଟ୍‌ ପାଖରେ ପହଞ୍ଚିଲାବେଳକୁ ବିମାନଟି ଟେକ୍‌ ଅଫ୍‌ କରିସାରିଥିଲା। ଏହାପରେ ସମ୍ପୃକ୍ତ ଲୋକେ ସକାଳ ୧୦ଟାରେ ଏୟାର ଇଣ୍ଡିଆ ଫ୍ଲାଇଟ୍‌ରେ ଦିଲ୍ଲୀ ଯାଇଥିଲେ।
ସୂଚନାଯୋଗ୍ୟ, ଗତବର୍ଷ ନଭେମ୍ବର ୨୬ରେ ନ୍ୟୁୟର୍କରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ଫ୍ଲାଇଟ୍‌ରେ ଜଣେ ନିଶାସକ୍ତ ବ୍ୟକ୍ତି ବୃଦ୍ଧାଙ୍କ ଉପରେ ପରିସ୍ରା କରିଥିଲେ। ଏ ନେଇ ଅଭିଯୁକ୍ତଙ୍କୁ ଗିରଫ ପରେ ଏବେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଗତ ଡିସେମ୍ବରରେ ପ୍ୟାରିସ୍‌ରୁ ଦିଲ୍ଲୀ ଆସୁଥିବା ଫ୍ଲାଇଟ୍‌ରେ ଜଣେ ଯୁବକ ନିଶାରେ ଥାଇ ମହିଳାଙ୍କ ବ୍ଲାଙ୍କେଟ୍‌ରେ ପରିସ୍ରା କରିବା ପରେ ଏ ନେଇ ସେ ମହିଳାଙ୍କୁ କ୍ଷମା ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri