ଭୁବନେଶ୍ୱର ବିମାନବନ୍ଦରରେ ଥରିଲା ବିମାନ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ବିମାନ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂ ଏହି ଦାବି କରିଛନ୍ତି। ଭିସ୍ତାରା ୟୁକେ୭୮୫ ବିମାନଟି ବୁଧବାର ସକାଳ ୭ରେ ଦିଲ୍ଲୀରୁ ବହାରି ଭୁବନେଶ୍ୱରରେ ପ୍ରାୟ ୯ଟାରେ ପହଞ୍ଚତ୍ଥିଲା। ଏଥିରେ ୧୫୭ଜଣ ଯାତ୍ରୀ ଥିଲେ। ତେବେ ଅବତରଣ ସମୟରେ ବିମାନଟି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା ସଞ୍ଜୟ ସିଂ କହିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ବୁଧବାର ଭୁବନେଶ୍ୱରରେ ଭିସ୍ତାରା ବିମାନ ଅବତରଣ କରିବା ସମୟରେ ବିମାନ ଥରି ଉଠିଥିଲା। ଏହି ସମ୍ପର୍କରେ ସେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଟୁଇଟ୍‌ କରିଥିଲେ। ସଞ୍ଜୟଙ୍କ ଟୁଇଟ୍‌ରେ ସିନ୍ଧିଆ ପ୍ରତିକ୍ରିୟ ରଖିଛନ୍ତି, ଘଟଣା ସମ୍ପର୍କରେ ଆମ ଦୃଷ୍ଟିକୁ ଆଣିଥିବାରୁ ଧନ୍ୟବାଦ। ଘଟଣାର ଅନୁସନ୍ଧାନ ପରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯିବ।

ଅନ୍ୟପକ୍ଷେ ଭୁବନେଶ୍ୱର ବିମାନବନ୍ଦର କର୍ତ୍ତୃପକ୍ଷ କିନ୍ତୁ ଏହି ଘଟଣାକୁ ଖଣ୍ଡନ କରିଛନ୍ତି। ଏ ନେଇ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ କହିଛନ୍ତି, ଏୟାର ଟ୍ରାଫିକ କଣ୍ଟ୍ରୋଲ(ଏଟିସି)ରେ ଏଭଳି କୌଣସି ରିପୋର୍ଟ ହୋଇନାହିଁ। ଏହି ଘଟଣା ଜାଣିବା ପରେ ଆମେ ସଙ୍ଗେ ଏହାର ତଦନ୍ତ କରିଥିଲୁ। ବିମାନରେ କିଛି ହେଲେ ଏଟିସିକୁ ରିପୋର୍ଟ ଆସିବ। ତେଣୁ ଆମେ ଆମେ ଏଟିସି ସହ ଯୋଗାଯୋଗ କରିଲୁ ଏବଂ ଏଟିସି ପାଖରେ ପାଇଲଟ୍‌ ପାଖରୁ ଏଭଳି କିଛି ଦୁର୍ଘଟଣାର କୌଣସି ରିପୋର୍ଟ ଆସି ନ ଥିବା କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri