ଭୁବନେଶ୍ୱର ବିମାନବନ୍ଦରରେ ଥରିଲା ବିମାନ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ବିମାନ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂ ଏହି ଦାବି କରିଛନ୍ତି। ଭିସ୍ତାରା ୟୁକେ୭୮୫ ବିମାନଟି ବୁଧବାର ସକାଳ ୭ରେ ଦିଲ୍ଲୀରୁ ବହାରି ଭୁବନେଶ୍ୱରରେ ପ୍ରାୟ ୯ଟାରେ ପହଞ୍ଚତ୍ଥିଲା। ଏଥିରେ ୧୫୭ଜଣ ଯାତ୍ରୀ ଥିଲେ। ତେବେ ଅବତରଣ ସମୟରେ ବିମାନଟି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା ସଞ୍ଜୟ ସିଂ କହିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ବୁଧବାର ଭୁବନେଶ୍ୱରରେ ଭିସ୍ତାରା ବିମାନ ଅବତରଣ କରିବା ସମୟରେ ବିମାନ ଥରି ଉଠିଥିଲା। ଏହି ସମ୍ପର୍କରେ ସେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଟୁଇଟ୍‌ କରିଥିଲେ। ସଞ୍ଜୟଙ୍କ ଟୁଇଟ୍‌ରେ ସିନ୍ଧିଆ ପ୍ରତିକ୍ରିୟ ରଖିଛନ୍ତି, ଘଟଣା ସମ୍ପର୍କରେ ଆମ ଦୃଷ୍ଟିକୁ ଆଣିଥିବାରୁ ଧନ୍ୟବାଦ। ଘଟଣାର ଅନୁସନ୍ଧାନ ପରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯିବ।

ଅନ୍ୟପକ୍ଷେ ଭୁବନେଶ୍ୱର ବିମାନବନ୍ଦର କର୍ତ୍ତୃପକ୍ଷ କିନ୍ତୁ ଏହି ଘଟଣାକୁ ଖଣ୍ଡନ କରିଛନ୍ତି। ଏ ନେଇ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ କହିଛନ୍ତି, ଏୟାର ଟ୍ରାଫିକ କଣ୍ଟ୍ରୋଲ(ଏଟିସି)ରେ ଏଭଳି କୌଣସି ରିପୋର୍ଟ ହୋଇନାହିଁ। ଏହି ଘଟଣା ଜାଣିବା ପରେ ଆମେ ସଙ୍ଗେ ଏହାର ତଦନ୍ତ କରିଥିଲୁ। ବିମାନରେ କିଛି ହେଲେ ଏଟିସିକୁ ରିପୋର୍ଟ ଆସିବ। ତେଣୁ ଆମେ ଆମେ ଏଟିସି ସହ ଯୋଗାଯୋଗ କରିଲୁ ଏବଂ ଏଟିସି ପାଖରେ ପାଇଲଟ୍‌ ପାଖରୁ ଏଭଳି କିଛି ଦୁର୍ଘଟଣାର କୌଣସି ରିପୋର୍ଟ ଆସି ନ ଥିବା କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri