Posted inଜାତୀୟ

ମଝି ଆକାଶରେ ବିମାନରେ ପୋଡ଼ିବା ଗନ୍ଧ, ଜରୁରୀ ଅବତରଣ କଲେ ପାଇଲଟ…

ତିରୁଚିରାପଲ୍ଲୀ,୧୦।୫ : ତିରୁଚିରାପଲ୍ଲୀରୁ ସିଙ୍ଗାପୁର ଯାଉଥିବା ଏକ ଇଣ୍ଡିଗୋ ବିମାନ ଇଣ୍ଡୋନେସିଆରେ ଜରୁରୀକାଳୀନ ଅବତରଣ କରିଛି। ବୈଷୟିକ ତ୍ରୁଟି ପରେ ପାଇଲଟ ଏହି ନିଷ୍ପତ୍ତି ନେଇଥିଲେ। ବିମାନଟି ସୁରକ୍ଷିତ ଭାବେ ଅବତରଣ କରିଥିଲା। ଯାଞ୍ଚ ପରେ ବିମାନରେ କୌଣସି ତ୍ରୁଟି ଦେଖିବାକୁ ମିଳି ନ ଥିଲା। ତେବେ ବିସ୍ତୃତ ଅନୁସନ୍ଧାନ ପାଇଁ ବିମାନକୁ ଏପର୍ଯ୍ୟନ୍ତ ଉଡ଼ାଣ କରିବାକୁ ଅନୁମତି ଦିଆଯାଇ ନାହିଁ।

ଖବର ଅନୁଯାୟୀ, ଇଣ୍ଡିଗୋ ଏୟାରଲାଇନ୍ସର ବିମାନ ୬ଇ-୧୦୦୭ ତିରୁଚିରାପଲ୍ଲୀରୁ ସିଙ୍ଗାପୁର ଅଭିମୁଖେ ଯାଉଥିଲା କିନ୍ତୁ ପାଇଲଟ ବିମାନରେ କିଛି ପୋଡ଼ିବାର ଗନ୍ଧ ଜାଣି ପାରିଥିଲେ। ସେ ବିମାନଟିକୁ ନିକଟସ୍ଥ ବିମାନ ବନ୍ଦରରେ ଅବତରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହା ପରେ ଇଣ୍ଡୋନେସିଆର ମେଡାନ ଅଞ୍ଚଳରେ ଥିବା କୁଆଲାନାମୁ ବିମାନବନ୍ଦରରେ ବିମାନଟି ନିରାପଦରେ ଅବତରଣ କରିଥିଲା।

ବିମାନଟି ଇଣ୍ଡୋନେସିଆର ବିମାନବନ୍ଦରରେ ଅଛି ଏବଂ ଏହାର ସବିଶେଷ ଅନୁସନ୍ଧାନ ପରେ ହିଁ ଉଡ଼ିବାକୁ ଅନୁମତି ଦିଆଯିବ। ବିମାନର ଯାତ୍ରୀମାନଙ୍କୁ ଅନ୍ୟ ଏକ ବିମାନ ଦ୍ୱାରା ସିଙ୍ଗାପୁର ପଠାଯାଇଛି।

ଏହାପୂର୍ବରୁ ଏପ୍ରିଲରେ ମଧ୍ୟ ଏକ ଇଣ୍ଡିଗୋ ବିମାନକୁ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିଲା। ବୈଷୟିକ ତ୍ରୁଟି ଯୋଗୁ ବିମାନଟି ତେଲେଙ୍ଗାନାର ଶ୍ୟାମସବାଦ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିଲା। ବିମାନଟି ବାଙ୍ଗାଲୋରରୁ ବାରାଣାସୀକୁ ଉଡ଼ାଣ କରୁଥିଲା। ଅବତରଣ ସମୟରେ ବିମାନରେ ୧୩୭ ଜଣ ଯାତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri