ଘନକୁହୁଡ଼ିରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିପାରିବ ବିମାନ

ଭୁବନେଶ୍ୱର, ୪।୧(ଅସମାପିକା ସାହୁ): ଘନ କୁହୁଡ଼ିରେ ବି ବିମାନ ଅବତରଣ କରିପାରିବ। ପାଇଲଟଙ୍କୁ ରନ୍‌ୱେ ଦୃଶ୍ୟମାନ ହେବ। ଏଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ କାଟାଗୋରୀ-୨ ଭିଜନ ସମ୍ପ୍ରସାରଣ ପାଇଁ କାମ ଚାଲିଥିବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏଥିପାଇଁ ରନ୍‌ୱେରେ ୪୦ କୋଟି ଟଙ୍କା ବ୍ୟୟରେ ସେଣ୍ଟର ଲାଇଟ୍‌ ଲଗାଯାଉଛି, ଯାହାକି ରନ୍‌ୱେ ତଳେ ରହିବ। ମାର୍ଚ୍ଚ ୩୧ ସୁଦ୍ଧା ଲାଇଟିଂ ବ୍ୟବସ୍ଥା ସରିବ। ଏହାପରେ ଭୁବନେଶ୍ୱର ବିମାନବନ୍ଦରରେ ଇନ୍‌ଷ୍ଟ୍ରୁମେଣ୍ଟାଲ ଲାଇଟିଂ ସିଷ୍ଟମ ଲଗାଯିବ। ଏହାଦ୍ୱାରା ୩ଶହ ମିଟର ଯାଏ ଦୃଶ୍ୟମାନ ଦୂରତାରେ ବିମାନ ଅବତରଣ କରିପାରିବ। ଏବେ ୫ଶହ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନରେ ବିମାନ ଅବତରଣ କରିପାରୁଛି। କାଟାଗୋରୀ-୨ ବ୍ୟବସ୍ଥା ପାଇଁ ରାଜ୍ୟ ସରକାର ୨ ଏକର ଜମି ବିମାନବନ୍ଦର ନାମରେ କରିଥିଲେ ମଧ୍ୟ ଜବରଦଖଲ ସମସ୍ୟାରୁ ହସ୍ତାନ୍ତର ହୋଇପାରିନି। ରାଜ୍ୟ ସରକାର ଶୀଘ୍ର ଜମି ଯୋଗାଇବାର ପ୍ରତିଶ୍ରୁତି ଦେଇଛନ୍ତି। ଜମି ମିଳିଲେ ମେ’ ସୁଦ୍ଧା ଭୁବନେଶ୍ୱର ବିମାନବନ୍ଦର କାଟାଗୋରୀ-୨ ଦୃଶ୍ୟମାନ ବିମାନବନ୍ଦରରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri