ପାକିସ୍ତାନ ଆକାଶରେ ହେଲା ଚୋରି! ହଜିଗଲା ବିମାନର ଚକ

ଇସଲାମାବାଦ,୧୫।୩: ପାକିସ୍ତାନରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣି ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଉଛନ୍ତି। ଘଟଣା ହେଲା ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସର ଏକ ବିମାନର ଚକ ନିଖୋଜ ହୋଇଯାଇଛି। ଆଶ୍ଚର୍ଯ୍ୟଜନକ କଥା ହେଉଛି ଯେ ଯେତେବେଳେ ବିମାନଟି ଲାହୋର ବିମାନବନ୍ଦରରେ ଅବତରଣ କରୁଥିଲା, ସେତେବେଳେ ଦେଖାଗଲା ଯେ ବିମାନର ଗୋଟିଏ ଚକ ନ ଥିଲା। ତଥାପି, ଏପର୍ଯ୍ୟନ୍ତ ଏହା ଜଣା ପଡ଼ିନାହିଁ ଯେ ଚକଟି ଆକାଶରୁ କେଉଁଠାରେ ଏବଂ କିପରି ଅଦୃଶ୍ୟ ହୋଇଗଲା?
ସୋସିଆଲ ମିଡିଆରେ ଦାବି କରାଯାଉଛି ଯେ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସର ଏକ ଘରୋଇ ବିମାନର ଚକ ଚୋରି ହୋଇଯାଇଛି। ଯଦିଓ ବିମାନ କମ୍ପାନୀ ଏପର୍ଯ୍ୟନ୍ତ ଏ ବିଷୟରେ କୌଣସି ସୂଚନା ଦେଇନାହିଁ। ଏୟାରଲାଇନ୍ସ କହିଛି ଯେ ବର୍ତ୍ତମାନ ଏହି ମାମଲାର ତଦନ୍ତ କରାଯାଉଛି। କିଛି ଦିନ ପୂର୍ବରୁ ନେପାଳରୁ ମଧ୍ୟ ସମାନ ଘଟଣା ସାମ୍ନାକୁ ଆସିଥିଲା।

ସୂଚନାଯୋଗ୍ୟ, ଗୁରୁବାର (୧୩ ମାର୍ଚ୍ଚ, ୨୦୨୫)ରେ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସର ଏକ ବିମାନ, ଯାହାର ନମ୍ବର ଥିଲା PK-306, ଏହା କରାଚୀରୁ ଲାହୋର ଅଭିମୁଖେ ଯାତ୍ରା କରିଥିଲା। ଯେତେବେଳେ ବିମାନ କରାଚୀରୁ ଉଡ଼ାଣ ଆରମ୍ଭ କରିଥିବା ସେତେବେଳେ ସବୁକିଛି ଠିକ୍‌ ଥିଲା। କିନ୍ତୁ ଲାହୋର ବିମାନବନ୍ଦରରେ ଅବତରଣ କରିବା ପରେ ଜଣାପଡିଲା ଯେ ବିମାନର ଚକ ନାହିଁ, ତା’ପରେ ଜଣାପଡିଲା ଯେ ବିମାନଟି କୌଣସି ପ୍ରକାରେ ଚକ ବିନା ଲାହୋରରେ ଅବତରଣ କରାଯାଇଥିଲା।
ଜଣେ ଏୟାରଲାଇନ୍ସ ମୁଖପାତ୍ର କହିଛନ୍ତି ଯେ ବିମାନଟି କରାଚୀରୁ ଚକ ବିନା ଉଡ଼ାଣ କରିଥିଲା କି ମଝି ଆକାଶରେ ଏହାର ଚକ ଖସି ଯାଇଥିଲା ତାହା ତଦନ୍ତ କରାଯାଉଛି। ତଥାପି, ସେ ଏହା ମଧ୍ୟ ଦାବି କରିଥିଲେ ଯେ କରାଚୀ ବିମାନବନ୍ଦରରେ ଚକର କିଛି ଖଣ୍ଡ ମିଳିଛି। ସେ ଏହା ମଧ୍ୟ କହିଥିଲେ ଯେ ବିମାନଟି ସମୟ ଅନୁସାରେ ଏବଂ ବହୁତ ସୁରୁଖୁରୁରେ ଅବତରଣ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri