ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ଲାନେଟାରିୟମ ଉଦ୍‌ଘାଟିତ

ରାୟଗଡ଼ା,୨୯।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ କ୍ଷେତ୍ରରେ ସହଯୋଗ ଓ ସୁବିଧା ପାଇଁ ଦୀର୍ଘ ଦିନରୁ ଅପେକ୍ଷାରେ ରହିଥିବା ପ୍ଲାନେଟାରିଅମ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି । ରାୟଗଡ଼ା ବ୍ଲକ ଭାକୁରଗୁଡ଼ା ନିକଟସ୍ଥ ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ଥିବା କାଦମ୍ବରିଗୁଡ଼ା ଗ୍ରାମରେ ନିର୍ମିତ ପ୍ଲାନେଟରିଅମକୁ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିବାସୀ ଅଧୁଷିତ ଅଞ୍ଚଳର ଗରିବ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ କ୍ଷେତ୍ରରେ ଜ୍ଞାନ ଅର୍ଜନ ପାଇଁ ଏହି ପ୍ଲାନେଟାରିଅମ ବେଶ୍‌ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହିତ ଏହି ପ୍ଲାନେଟାରିଅମ ଯୋଗୁଁ ବିଜ୍ଞାନ ଦୃଶ୍ୟପଟ୍ଟର ପରିବର୍ତନ ଏବଂ ବୈଜ୍ଞାନିକ ଚିନ୍ତାଧାରାର ସୁଦୃଢ଼ୀକରଣ ବିକାଶରେ ଜିଲା ଆଉ ଏକ ପାଦ ଆଗକୁ ବଢ଼ିଲା ବୋଲି ଅତିଥିମାନେ ମତପ୍ରକାଶ କରିଛନ୍ତି । ଏହି ଉଦଘାଟନୀ ସମାରୋହରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏନ.ଭାସ୍କର ରାଓ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ, ଜିଲା ପରିଷଦ ଅଧ୍ୟକ୍ଷା ସରସ୍ବତୀ ମାଝି, ଜିଲାପାଳ ମନୋଜ ସତ୍ୟୱାନ ମହାଜନ, ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା ଓ ଅନ୍ୟମାନେ ଉପସ୍ଥିତ ଥିଲେ । ଆଗାମୀ ଦିନରେ ଏହି ପ୍ଲାନେଟରିୟମ ଯୋଗୁଁ ଅଞ୍ଚଳର ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ କ୍ଷେତ୍ରରେ ବେଶ୍‌ ସହାୟତା ମିଳିବ ବୋଲି ଅତିଥିମାନେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri