ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ଲାନେଟାରିୟମ ଉଦ୍‌ଘାଟିତ

ରାୟଗଡ଼ା,୨୯।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ କ୍ଷେତ୍ରରେ ସହଯୋଗ ଓ ସୁବିଧା ପାଇଁ ଦୀର୍ଘ ଦିନରୁ ଅପେକ୍ଷାରେ ରହିଥିବା ପ୍ଲାନେଟାରିଅମ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି । ରାୟଗଡ଼ା ବ୍ଲକ ଭାକୁରଗୁଡ଼ା ନିକଟସ୍ଥ ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ଥିବା କାଦମ୍ବରିଗୁଡ଼ା ଗ୍ରାମରେ ନିର୍ମିତ ପ୍ଲାନେଟରିଅମକୁ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିବାସୀ ଅଧୁଷିତ ଅଞ୍ଚଳର ଗରିବ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ କ୍ଷେତ୍ରରେ ଜ୍ଞାନ ଅର୍ଜନ ପାଇଁ ଏହି ପ୍ଲାନେଟାରିଅମ ବେଶ୍‌ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହିତ ଏହି ପ୍ଲାନେଟାରିଅମ ଯୋଗୁଁ ବିଜ୍ଞାନ ଦୃଶ୍ୟପଟ୍ଟର ପରିବର୍ତନ ଏବଂ ବୈଜ୍ଞାନିକ ଚିନ୍ତାଧାରାର ସୁଦୃଢ଼ୀକରଣ ବିକାଶରେ ଜିଲା ଆଉ ଏକ ପାଦ ଆଗକୁ ବଢ଼ିଲା ବୋଲି ଅତିଥିମାନେ ମତପ୍ରକାଶ କରିଛନ୍ତି । ଏହି ଉଦଘାଟନୀ ସମାରୋହରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏନ.ଭାସ୍କର ରାଓ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ, ଜିଲା ପରିଷଦ ଅଧ୍ୟକ୍ଷା ସରସ୍ବତୀ ମାଝି, ଜିଲାପାଳ ମନୋଜ ସତ୍ୟୱାନ ମହାଜନ, ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା ଓ ଅନ୍ୟମାନେ ଉପସ୍ଥିତ ଥିଲେ । ଆଗାମୀ ଦିନରେ ଏହି ପ୍ଲାନେଟରିୟମ ଯୋଗୁଁ ଅଞ୍ଚଳର ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ କ୍ଷେତ୍ରରେ ବେଶ୍‌ ସହାୟତା ମିଳିବ ବୋଲି ଅତିଥିମାନେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?