Posted inଖେଳ

ହକି ଇଣ୍ଡିଆ ଲିଗ୍‌ର ପୁନରୁଦ୍ଧାର ପାଇଁ ଯୋଜନା

ନୂଆଦିଲ୍ଲୀ, ୧୧।୪(ପି.ଟି.): ଆସନ୍ତା ବର୍ଷ ପ୍ରାରମ୍ଭରେ ପୁଣି ଆୟୋଜନ ହୋଇପାରେ ହକି ଇଣ୍ଡିଆ ଲିଗ୍‌(ଏଚ୍‌ଆଇଏଲ୍‌)। ଖେଳର ଜାତୀୟ ମହାସଂଘ ହକି ଇଣ୍ଡିଆ(ଏଚ୍‌ଆଇ) ସୋମବାର ଇଭେଣ୍ଟ ପାଇଁ ଏହାର ପ୍ରମୁଖ କମର୍ସିଆଲ ଓ ମାର୍କେଟିଂ ପାର୍ଟନରର ନାମ ଘୋଷଣା କରିଛି। ଆର୍ଥିକ ପ୍ରସଙ୍ଗକୁ ନେଇ ୨୦୧୭ ସଂସ୍କରଣ ପରେ ଏଚ୍‌ଆଇଏଲ୍‌କୁ ବନ୍ଦ ରଖାଯାଇଥିଲା। ଲିଗ୍‌ର ପୁନଃ ଆରମ୍ଭ ପାଇଁ ହକି ଇଣ୍ଡିଆ ବର୍ତ୍ତମାନ ନୂଆ ପାର୍ଟନର ସନ୍ଧାନରେ ଅଛି। ଆମେ ଏଚ୍‌ଆଇଏଲ୍‌କୁ ଯଥାଶୀଘ୍ର ଆରମ୍ଭ କରିବା ଲାଗି ଚାହୁଁଥିଲୁ। ଆସନ୍ତା ଫେବୃୟାରୀ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ହକି ମହାସଂଘ(ଏଫ୍‌ଆଇଏଚ୍‌)ର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ରହିଛି ବୋଲି ହକି ଇଣ୍ଡିଆର ଜଣେ କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ଏହା ଫଳରେ ଯୋଜନା କାର୍ଯ୍ୟକାରୀ କରିବା ଲାଗି ଆମକୁ ଯଥେଷ୍ଟ ସମୟ ମିଳିବ। ହକି ଇଣ୍ଡିଆ ସୋମବାର ବିଗ୍‌ ବ୍ୟାଙ୍ଗ୍‌ ମିଡିଆ ଭେଞ୍ଚର୍ସ ପ୍ରାଇଭେଟ ଲିମିଟେଡ୍‌କୁ ଏହାର ପ୍ରମୁଖ କମର୍ସିଆଲ ଓ ମାର୍କେଟିଂ ପାର୍ଟନର ଏଜେନ୍ସି ବୋଲି ଘୋଷଣା କରିଛି। ହକି ଇଣ୍ଡିଆ ଲିଗ୍‌ର ପୁନଃ ଆରମ୍ଭ କ୍ଷେତ୍ରରେ ଏହା ହେଉଛି ଏକ ବଡ଼ ପଦକ୍ଷେପ। ଏହି ପରିପ୍ରେକ୍ଷୀରେ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ କହିଛନ୍ତି, ମୁଁ ଆଜି ବହୁତ ଖୁସି। କାରଣ ମୁଁ ଯେତେବେଳେ ହକି ଇଣ୍ଡିଆ ସଭାପତି ଭାବେ କାର୍ଯ୍ୟଭାର ଗ୍ରହଣ କଲି ସେତେବେଳେ ହକି ଇଣ୍ଡିଆ ଲିଗ୍‌ ମୋର ପ୍ରାଥମିକତା ଥିଲା। ଭାରତ ପାଇଁ ଏହା ହେଉଛି ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଖୁସିର ବିଷୟ ଯେ ହକି ଇଣ୍ଡିଆ ଲିଗ୍‌ର ଏକ ନୂତନ ଯୁଗ ଆରମ୍ଭ ହେବାକୁ ଯାଉଛି। ଏହା କେବଳ ଭାରତରେ ହକି ନୁହେଁ, ବରଂ ବିଶ୍ୱବ୍ୟାପୀ କ୍ରୀଡ଼ାକୁ ପୁନର୍ଜିୀବିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri