Posted inଜାତୀୟ

ପିଓକେ ଫେରାଇ ଆଣିବାକୁ ଯୋଜନା, ସରକାରଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରିଛି ସେନା…

ନୂଆଦିଲ୍ଲୀ,୨୨।୧୧ : ପାକିସ୍ତାନ ଦଖଲ କରିଥିବା କଶ୍ମୀରକୁ ମୁକ୍ତ କରିବାକୁ ଭାରତୀୟ ସେନା ପ୍ରସ୍ତୁତ ରହିଛନ୍ତି। ତେବେ ସେମାନେ ଏଥିପାଇଁ ସରକାରଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରିଛନ୍ତିି। ମଙ୍ଗଳବାର କମାଣ୍ଡର ଲ୍ୟୁଟନାଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଏହି ମନ୍ତବ୍ୟ ଦେଇଛନ୍ତି। ନିକଟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ତାଙ୍କର ଏକ ବିବୃତ୍ତିରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)କୁ ଫେରାଇ ଆଣିବା ବିଷୟରେ କହିଥିଲେ।

ପ୍ରତିରକ୍ଷା ମନ୍ତ୍ରୀଙ୍କ ବିବୃତ୍ତି ଉପରେ ଏକ ପ୍ରଶ୍ନର ଉତ୍ତରରେ ଉତ୍ତର ସେନା କମାଣ୍ଡର ଲେଫ୍ଟ ଜେନେରାଲ ଉପେନ୍ଦ୍ର କହିଛନ୍ତି ଯେ ସେନା ଏନେଇ ସରକାରଙ୍କ ଆଦେଶକୁ ଅପେକ୍ଷା କରିଛି। ଭାରତୀୟ ସେନା ସରକାର ଦେଇଥିବା କୌଣସି ଆଦେଶ ପାଳନ କରିବେ। ଯେତେବେଳେ ବି ଏପରି ନିର୍ଦ୍ଦେଶ ଦିଆଯିବ, ଆମେ ସବୁବେଳେ ପ୍ରସ୍ତୁତ ରହିଛୁ।
ସେ ଏହା ମଧ୍ୟ କହିଛନ୍ତି ଯେ ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀରରେ ଅନେକ ପରିବର୍ତ୍ତନ ହୋଇଛି। ରାଜ୍ୟରେ ଆତଙ୍କବାଦ ଉପରେ କଟକଣା ଜାରି କରାଯାଇଛି। ପାକିସ୍ତାନ ଅଧିକୃତ କଶ୍ମୀର ଉପରେ କୌଣସି ବଡ଼ ବିବୃତ୍ତି ନ ଦେଇ ସେ କହିଛନ୍ତି, ପିଓକେ ଉପରେ ପ୍ରସ୍ତାବ ସଂସଦରେ ପାରିତ ହୋଇସାରିଛି। ଏଥିରେ କିଛି ନୂଆ କଥା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?