କରୋନାକୁ ହରାଇବା ଯୋଜନା: ପ୍ରତିଦିନ ହେବ ୪୫ ଲକ୍ଷ ଟେଷ୍ଟ୍‌…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀକୁ ହରାଇବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ନମୁନା ଟେଷ୍ଟ୍‌ ଉପରେ ଗୁରୁତ୍ୱାରୋପ କରାଯାଇଛି। ଦ୍ୱିତୀୟ ଲହର ପରେ ତୃତୀୟ ଲହର ଆସିବାର ଆଶଙ୍କା ନେଇ ବିଶେଷଜ୍ଞ କମିଟିର ଚେତାବନୀ ପରେ ସରକାର କରୋନା ସଂକ୍ରମଣ ରୋକିବା ଲାଗି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଖୁବ୍‌ ଶୀଘ୍ର ଦେଶରେ ପ୍ରତିଦିନ ୪୫ ଲକ୍ଷ ନମୁନା ଟେଷ୍ଟ କରିବାକୁ ସରକାର ଯୋଜନା କରିଛନ୍ତି। ସେଥିମଧ୍ୟରୁ ୨୭ ଲକ୍ଷ ଆଣ୍ଟିଜେନ୍‌ ଟେଷ୍ଟ କରାଯିବ। ସେହିପରି ୧୮ ଲକ୍ଷ ଆର୍‌ଟି-ପିସିଆର୍‌ ଟେଷ୍ଟ ହେବ। ସେହିପରି ନୂଆ ଭାରିଆଣ୍ଟ୍‌ ପରୀକ୍ଷା ଲାଗି ସରକାରଙ୍କ ପକ୍ଷରୁ ଦେଶରେ ୧୭ଟି ଲ୍ୟାବ୍‌ ସ୍ଥାପନ କରାଯିବ। ସମ୍ପ୍ରତି ଦେଶରେ ଏଭଳି ୧୦ଟି ଲ୍ୟାବ୍‌ ରହିଛି ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟବନ୍ତ୍ରୀ ହର୍ଷ ବର୍ଦ୍ଧନ ସୂଚନା ଦେଇଛନ୍ତି। ଏବେ ଦେଶରେ ପ୍ରତିଦିନ ୨୫ ଲକ୍ଷ ନମୁନା ଟେଷ୍ଟ କରାଯାଉଛି। ସେଥିମଧ୍ୟରୁ ୧୨ ଲକ୍ଷ ଆଣ୍ଟିଜେନ୍‌ ଟେଷ୍ଟ୍‌ ପରୀକ୍ଷା କରାଯାଉଛି। ଅପରପକ୍ଷରେ ୧୩ ଲକ୍ଷ ଆର୍‌ଟି-ପିସିଆର୍‌ ଟେଷ୍ଟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri