ସର୍ବନିମ୍ନ ଇପିଏଫ୍‌ ପେନସନ ୯,୦୦୦ କରିବାକୁ ଯୋଜନା…

ନୂଆଦିଲ୍ଲୀ, ୫।୧ : କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (ଇପିଏଫଓ) ଏହାର ଧାରକମାନଙ୍କ ପାଇଁ ଖୁବ୍‌ ଶୀଘ୍ର ଖୁସି ଖବର ନେଇ ଆସିବାର ଆଶା ରହିଛି। ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ ଆଗାମୀ ଦିନରେ ଇପିଏଫ୍‌ ହିତାଧିକାରୀଙ୍କ ସର୍ବନିମ୍ନ ପେନସନରେ ବୃଦ୍ଧି କରାଯିବାର ଯୋଜନା ଅଛି। ଫେବୃଆରୀରେ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯିବାର ସମ୍ଭାବନା ଅଛି।

କର୍ମଚାରୀଙ୍କ ପେନସନ ସ୍କିମ ବା ଇପିଏସ ଅନ୍ତର୍ଗତ ସର୍ବନିମ୍ନ ପେନସନ ବୃଦ୍ଧି କରାଯିବାର ଯୋଜନା ରହିଛି। ଫଳରେ ସର୍ବନିମ୍ନ ମାସିକ ପେନସନ୍‌ ୧,୦୦୦ ଟଙ୍କା ରୁ ୯,୦୦୦ ଟଙ୍କାକୁ ବୃଦ୍ଧି ହୋଇପାରିବ। ଏନେଇ ପୂର୍ବରୁ ପେନସନଭୋଗୀମାନେ ଦାବି କରିଆସୁଥିଲେ। ସେହିପରି ଏ ସମ୍ପର୍କରେ ବହୁ ରାଉଣ୍ଡ ଆଲୋଚନା ହୋଇସାରିଛି।

ସଂସଦର ଷ୍ଟାଣ୍ଡିଂ କମିଟିର ସୁପାରିଶକୁ ଧ୍ୟାନରେ ରଖି ଏହି ନିଷ୍ପତ୍ତି ନିଆଯିବ ବୋଲି କୁହାଯାଉଛି। ଏହି ବୈଠକରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଯେଉଁଥିରେ ନୂତନ ବେତନ ସଂକେତର କାର୍ଯ୍ୟକାରିତା ଏବଂ କର୍ମଚାରୀଙ୍କ ପେନସନ ସ୍କିମ ଅନ୍ତର୍ଗତ ସର୍ବନିମ୍ନ ପେନସନ ପ୍ରସଙ୍ଗକୁ ଅନ୍ତର୍ଭୁକ୍ତ କରାଯାଇଛି।

ମାର୍ଚ୍ଚ ୨୦୨୧ରେ ସଂସଦର ଷ୍ଟାଣ୍ଡି କମିଟି ସର୍ବନିମ୍ନ ପେନସନ ରାଶି ୧,୦୦୦ ରୁ ୩,୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ସୁପାରିଶ କରିଥିଲେ। ତେବେ ପେନସନଭୋଗୀମାନେ ଦାବି କରିଛନ୍ତି ଯେ, ପେନସନ ପରିମାଣକୁ ଅତି କମରେ ୯,୦୦୦ଟଙ୍କାକୁ ବୃଦ୍ଧି କରାଯିବା ଉଚିତ। ଏପରି ହେଲେ ଇପିଏସ୍‌-୯୫ ପେନସନଭୋଗୀମାନେ ଉପକୃତ ହୋଇପାରିବେ ବୋଲି ପେନସନଭୋଗୀମାନଙ୍କ ପକ୍ଷରୁ ଦାବି ହେଉଛି।

ଏନ୍ୟ ଏକ ପରାମର୍ଶରେ କୁହାଯାଇଛି ଯେ ଅବସର ପୂର୍ବରୁ କର୍ମଚାରୀଙ୍କ ଶେଷ ଦରମା ଅନୁଯାୟୀ ପେନସନ ସ୍ଥିର କରାଯିବା ଉଚିତ। ଏହି ପରାମର୍ଶକୁ ମଧ୍ୟ ହେବାକୁ ଥିବା ଶ୍ରମ ମନ୍ତ୍ରଣାଳୟର ବୈଠକରେ ବିଚାର କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri