ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଇକୋ କ୍ଳବ ଏବଂ ବିଦ୍ୟାଳୟ କ୍ୟାବିନେଟ ତରଫରୁ ଆୟୋଜିତ ମହୋତ୍ସବରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ,ଛାତ୍ରୀଛାତ୍ର ଏବଂ ନୂଆପଡ଼ା ବନ ବିଭାଗ ସେକ୍ସନର ବନ କର୍ମଚାରୀ ାନେ ଏହି ଚାରା ରୋପଣ କାର୍ଯ୍ୟକ୍ରମରେ ସାମିଲ ଥିଲେ।
ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶିବରାମ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ସଚେତନତା ସଭାରେ ନୂଆପଡ଼ା ଫରେଷ୍ଟର ଇଶା. ଗଣେଶ, ଫରେଷ୍ଟ ଗାର୍ଡ ବିକ୍ରମ ପଣ୍ଡା, ସୁମିତ୍ରା ପ୍ରଧାନ, ପାରା ବନ କର୍ମଚାରୀ ସଂଗ୍ରାମ ସିଂ, ସାଗର ପ୍ରଧାନଙ୍କ ସମେତ ଶିକ୍ଷୟିତ୍ରୀ ଜ୍ୟୋତି ମହାରଣା , ଶିକ୍ଷକ ନରେନ୍ଦ୍ର ସାହୁ , ରାମଚନ୍ଦ୍ର ପ୍ରଧାନ, ଭଗବାନ ପାତ୍ର ପ୍ରମୁଖ ଜଳବାୟୁ ପରିବର୍ତ୍ତନ ଯୋଗୁ ପରିବେଶ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ତେଣୁ ପରିବେଶର ସନ୍ତୁଳନ ରକ୍ଷା କରିବା ପାଇଁ ପର୍ଯ୍ୟାପ୍ତ ବୃକ୍ଷରୋପଣର ଆବଶ୍ୟକତା ରହିଥିବା ନେଇ ଉପସ୍ଥିତ ଛାତ୍ରୀଛାତ୍ର ଏବଂ ଅଭିଭାବକମାନଙ୍କୁ ଉଦବୋଧନ ଦେଇ ସଚେତନ କରାଇଥିଲେ।
ଏହି ଅବସରରେ ‘ଗଛଟିଏ ମାଆଙ୍କ ନାଁରେ’ କାର୍ଯ୍ୟକ୍ରମ ଜରିଆରେ ବିଦ୍ୟାଳୟର ଚତୁଃପାର୍ଶରେ ବନବିଭାଗ କର୍ମଚାରୀ, ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଛାତ୍ରୀଛାତ୍ରମାନଙ୍କ ଦ୍ବାରା ୫୦ ରୁ ଉର୍ଦ୍ଧ୍ୱ ବିଭିନ୍ନ କିସମର ଔଷଧୀୟ ଚାରା ରୋପଣ କରାଯାଇଥିଲା। ଏଥିସହ ୧୫୦ରୁ ଉର୍ଦ୍ଧ୍ୱ ଚାରା ଅଭିଭାବକ ମାନଙ୍କୁ ବଣ୍ଟନ କରାଯାଇଥିଲା। ଏହି ବନ ମହୋତ୍ସବକୁ ବିଦ୍ୟାଳୟ ଇକୋ କ୍ଳବର ସମସ୍ତ ସଦସ୍ୟ, ଶିକ୍ଷୟିତ୍ରୀ ଶିକ୍ଷକ, ବନ କର୍ମଚାରୀ ବୃନ୍ଦଙ୍କ ସମେତ ଅଙ୍ଗନୱାଡ଼ି କର୍ମୀ ପ୍ରତିମା ଦେବୀ ପ୍ରମୁଖ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?