୭୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ

ଢେଙ୍କାନାଳ ଅଫିସ,୭।୬ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସୋମବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି ଅବସରରେ ସପ୍ତାହ ବ୍ୟାପୀ ଅଭିଯାନ ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ କାରଖାନା ମଧ୍ୟରେ ୭୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ କରାଯାଇଥିଲା। କର୍ମଚାରୀ ଓ ବ୍ୟବସାୟିକ ସହଯୋଗୀମାନଙ୍କ ମଧ୍ୟରେ ସ୍ଲୋଗାନ, କବିତା ଓ ପୋଷ୍ଟର ପ୍ରତିଯୋଗିତା, ମେରାମଣ୍ଡଳୀସ୍ଥିତ ଆବାସିକ କଲୋନୀରେ ରହୁଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ କାରଖାନା ମଧ୍ୟରେ ସୀମିତ ନ ରଖି ନିକଟସ୍ଥ ସ୍ଥାନୀୟ ବାସିନ୍ଦାଙ୍କୁ ମଧ୍ୟ ଏଥିରେ ସାମିଲ କରାଯାଇଥିଲା। କାରଖାନା ପାର୍ଶ୍ୱବର୍ତ୍ତୀ କୁରୁଣ୍ଟି ଓ ଖଲିବେରେଣା ଗ୍ରାମର ଛାତ୍ରୀଛାତ୍ରଙ୍କ ମଧ୍ୟରେ ପୋଷ୍ଟର ପ୍ରତିଯୋଗିତା କରାଯାଇଥିଲା। ମେରାମଣ୍ଡଳୀ ଆବାସିକ କଲୋନୀରେ ରହୁଥିବା କର୍ମଚାରୀମାନଙ୍କ ପରିବାର ସଦସ୍ୟଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲକ୍ଷ୍ୟରେ ଗତ ୩ ତାରିଖରେ ଗ୍ରୀନାଥନ୍‌ ୱାକର ଆୟୋଜିତ ହୋଇଥିଲା। ଟାଟାଷ୍ଟିଲ ମେରାମଣ୍ଡଳୀ ଆଇରନ ମେକିଂ ବିଭାଗ ମୁଖ୍ୟ ଅମିତ କୁମାର ସିଂହ, ଟାଟାଷ୍ଟିଲ ସହଯୋଗୀ ସଂସ୍ଥା ଅନୁଗୋଳ ଏନର୍ଜି ଲିମିଟେଡ ନିର୍ଦ୍ଦେଶକ ଶୈଳେଶ ବର୍ମା ମିଳିତ ଭାବେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅନୁଗୋଳ ଆଞ୍ଚଳିକ କାର୍ଯ୍ୟାଳୟ ସହଭାଗିତାରେ କଲୋନୀରେ ଏକ ପରିବେଶ ସଚେତନତା ଅଧିବେଶନ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଧିକାରୀ ଡ. ଅନୁପ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ଲାଷ୍ଟିକ ପରିଚାଳନା ଉପରେ ତଥ୍ୟ ଉପସ୍ଥାପନ କରିଥିଲେ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସହକାରୀ ଯନ୍ତ୍ରୀ ଚନ୍ଦ୍ରଶେଖର ଚୌହ୍ବାନ ପରିଚାଳନା ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ। ଟାଟାଷ୍ଟିଲ ମେରାମଣ୍ଡଳୀର ସେୟାର୍ଡ ସର୍ଭିସେସ୍‌ ବିଭାଗ ମୁଖ୍ୟ ବେଦପ୍ରକାଶ ଠାକୁର, କୋକ୍‌ଓଭେନ-୨ ବିଭାଗୀୟ ଚିଫ୍‌ ଅମର ବଉନ୍ତ୍ରା ଏବଂ କୋକ୍‌ ଓଭେନ-୧ ମୁଖ୍ୟ ବୀରେନ୍ଦ୍ର ସିଂଙ୍କ ସମେତ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସରରେ କାରଖାନା ପରିସରରେ ସାମୂହିକ ଚାରାରୋପଣ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri