ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ଲାଷ୍ଟିକ୍‌ ବର୍ଜନ ସହ ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ମା’ ପାଇଁ ଗଛଟିଏ ଏହି ଥିମ୍‌ରେ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ବୃକ୍ଷରୋପଣ ହେଉଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ମିଳିତ ଭାବେ ଥାନା ପରିସର ମଧ୍ୟରେ ବୃକ୍ଷରୋପଣ କରାଯାଇଛି। ଏଥିରେ ଥାନାରେ ଥିବା ଆଇଆରବି ଯବାନ, ପୋଲିସ ବାହିନୀ ସାମିଲ ହୋଇଥିଲେ। ବନାଞ୍ଚଳ ଅଧିକାରୀ ହରିହର ବେହେରା, ବନପାଳ ଯୋଗେଶ୍ୱର ଧାରୁଆଙ୍କ ନେତୃତ୍ୱରେ ଆଇଆଇଆସି ବିଜୟ କୁମାର ହାଇବୁରୁ, ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ଏବଂ ଅନ୍ୟ ପୋଲିସ ଅଧିକାରୀ ଥାନା ପରିସର ମଧ୍ୟରେ ବିଭିନ୍ନ ପ୍ରକାର ମୂଲ୍ୟବାନ ବୃକ୍ଷ ତଥା ପିସ୍ତା ବାଦାମ, ଲିଚୁ, ଦେବଦାରୁ, ଆମ୍ବ, ଭଳି ଫଳନ୍ତି ବୃକ୍ଷରୋପଣ କରିଛନ୍ତି। ଥାନାକୁ ଦୈନିକ ବିଭିନ୍ନ କାର୍ଯ୍ୟରେ ସାଧାରଣ ଲୋକ ଆସୁଥିବା ବେଳେ ସେମାନଙ୍କୁ ଗଛ ଛାଇ ର ସୁବିଧା ମିଳିବା ସହ ଫଳ ମଧ୍ୟ ମିଳିବ ଏଥିସହ ଥାନାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇବା ସହ ପରିବେଶ ସ୍ବଚ୍ଛତା ପାଇଁ ଥାନା ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରାଯାଇଛି।

ସେହିପରି ବନ ବିଭାଗ ପକ୍ଷରୁ ଉଜୁଡ଼ି ଯାଇଥିବା ଜଙ୍ଗଲକୁ ପୁନଃରୁଦ୍ଧାର କରାଯିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ସମେତ ସ୍ବାସ୍ଥ୍ୟ ବିଭାଗ, ବିଦ୍ୟାଳୟ, ମହାବିଦ୍ୟାଳୟ ଆଦି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଉଛି। ପ୍ରକାଶ ଯେ, ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ବର୍ଷାର ଅନିୟମିତତା ହେବା ସହ ଗ୍ରୀଷ୍ମ ପ୍ରବାହରେ ଉକ୍ତ ଅଞ୍ଚଳରେ ପ୍ରବଳ ଗରମ ଓ ଶୀତ ଦିନରେ ଆଉ ପୂର୍ବ ଭଳି ଅଧିକା ଦିନ ଶୀତର ପ୍ରକୋପ ରହୁନାହିଁ। ଫଳରେ ଏହାକୁ ପରିବର୍ତ୍ତନ ଆଣିବା ପାଇଁ ପ୍ଲାଷ୍ଟିକ୍‌ ବର୍ଜନ ସହ ଅଧିକ ବୃକ୍ଷରୋପଣ କରିବାକୁ ବିଭାଗ ପଦକ୍ଷେପ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri