ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ଲାଷ୍ଟିକ୍‌ ବର୍ଜନ ସହ ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ମା’ ପାଇଁ ଗଛଟିଏ ଏହି ଥିମ୍‌ରେ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ବୃକ୍ଷରୋପଣ ହେଉଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ମିଳିତ ଭାବେ ଥାନା ପରିସର ମଧ୍ୟରେ ବୃକ୍ଷରୋପଣ କରାଯାଇଛି। ଏଥିରେ ଥାନାରେ ଥିବା ଆଇଆରବି ଯବାନ, ପୋଲିସ ବାହିନୀ ସାମିଲ ହୋଇଥିଲେ। ବନାଞ୍ଚଳ ଅଧିକାରୀ ହରିହର ବେହେରା, ବନପାଳ ଯୋଗେଶ୍ୱର ଧାରୁଆଙ୍କ ନେତୃତ୍ୱରେ ଆଇଆଇଆସି ବିଜୟ କୁମାର ହାଇବୁରୁ, ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ଏବଂ ଅନ୍ୟ ପୋଲିସ ଅଧିକାରୀ ଥାନା ପରିସର ମଧ୍ୟରେ ବିଭିନ୍ନ ପ୍ରକାର ମୂଲ୍ୟବାନ ବୃକ୍ଷ ତଥା ପିସ୍ତା ବାଦାମ, ଲିଚୁ, ଦେବଦାରୁ, ଆମ୍ବ, ଭଳି ଫଳନ୍ତି ବୃକ୍ଷରୋପଣ କରିଛନ୍ତି। ଥାନାକୁ ଦୈନିକ ବିଭିନ୍ନ କାର୍ଯ୍ୟରେ ସାଧାରଣ ଲୋକ ଆସୁଥିବା ବେଳେ ସେମାନଙ୍କୁ ଗଛ ଛାଇ ର ସୁବିଧା ମିଳିବା ସହ ଫଳ ମଧ୍ୟ ମିଳିବ ଏଥିସହ ଥାନାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇବା ସହ ପରିବେଶ ସ୍ବଚ୍ଛତା ପାଇଁ ଥାନା ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରାଯାଇଛି।

ସେହିପରି ବନ ବିଭାଗ ପକ୍ଷରୁ ଉଜୁଡ଼ି ଯାଇଥିବା ଜଙ୍ଗଲକୁ ପୁନଃରୁଦ୍ଧାର କରାଯିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ସମେତ ସ୍ବାସ୍ଥ୍ୟ ବିଭାଗ, ବିଦ୍ୟାଳୟ, ମହାବିଦ୍ୟାଳୟ ଆଦି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଉଛି। ପ୍ରକାଶ ଯେ, ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ବର୍ଷାର ଅନିୟମିତତା ହେବା ସହ ଗ୍ରୀଷ୍ମ ପ୍ରବାହରେ ଉକ୍ତ ଅଞ୍ଚଳରେ ପ୍ରବଳ ଗରମ ଓ ଶୀତ ଦିନରେ ଆଉ ପୂର୍ବ ଭଳି ଅଧିକା ଦିନ ଶୀତର ପ୍ରକୋପ ରହୁନାହିଁ। ଫଳରେ ଏହାକୁ ପରିବର୍ତ୍ତନ ଆଣିବା ପାଇଁ ପ୍ଲାଷ୍ଟିକ୍‌ ବର୍ଜନ ସହ ଅଧିକ ବୃକ୍ଷରୋପଣ କରିବାକୁ ବିଭାଗ ପଦକ୍ଷେପ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri