ରାଉରକେଲା ଆଇଜିଏଚରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଉରକେଲା ଆଇଜିଏଚରେ ଶୁକ୍ରବାର ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଛି। ଭିଡିଓ କନଫରେନ୍ସସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ରାଉରକେଲା ରାଜ୍ୟର ୩ୟ ଓ ପଶ୍ଚିମ ଓଡ଼ିଶାର ପ୍ରଥମ ପ୍ଲାଜମା ବ୍ୟାଙ୍କ। ପୂର୍ବରୁ କଟକ ଏସସିବି ଓ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଛି। ଖୁବଶିଘ୍ର ବ୍ରହ୍ମପୁର ଓ ବୁର୍ଲାରେ ପ୍ଲାଜମା ବ୍ୟାଙ୍କ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ଉଦଘାଟନ ଅବସରରେ ପ୍ରକାଶ କରିଛନ୍ତି।