କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା ଗଞ୍ଜାମ ଓ ଆଖପାଖ ଜିଲାର ଗୁରୁତର ରୋଗୀଙ୍କୁ ପ୍ଲାଜମା ଥେରାପି ଯୋଗାଇ ଦିଆଯିବ। ଏହାଦ୍ୱାରା କୋଭିଡ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ପୂର୍ବରୁ ଅର୍ଥାତ ଜୁଲାଇ ୧୮ ତାରିଖରୁ ଭୁବନେଶ୍ୱର ସମ୍‌ ହସ୍ପିଟାଲ ଏବଂ କଟକର ଅଶ୍ୱିନୀ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହୋଇଛି। ଏହା ଫଳପ୍ରଦ ହୋଇଛି। ସମୁଦାୟ ୬ ଜଣ ରୋଗୀଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ସ୍ଥିର ରହିଛି।
ବ୍ରହ୍ମପୁର ଅମିତ୍‌ ହସ୍ପିଟାଲରେ ୧୬ ଆଇସିୟୁ ବେଡ୍‌ ସହିତ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାକୁ କଟକର ଅଶ୍ୱିନୀ ହସ୍ପିଟାଲ ପରିଚାଳନା କରିବ। ଏଥିପାଇଁ ସୋମବାର ଗଞ୍ଜାମ ଜିଲା ପ୍ରଶାସନ ଓ ଅଶ୍ୱିନୀ ହସ୍‌ିଟାଲ ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି।
ଗଞ୍ଜାମ ଜିଲାରେ କୋଭିଡ୍‌ ମୁକାବିଲାକୁ ଆହୁରି ସୁଦୃଢ କରିବାକୁ ୨ ଜଣ ଆଇଏଏସ୍‌ ଅଫିସର, ୨୫ ଜଣ ଓଏଏସ୍‌ ଅଫିସର , ୧୦୫ ଜଣ ଓଆରଏସ୍‌ ଅଫିସର, ୩୦ ଜଣ ଏମ୍‌ବିବିଏସ୍‌ ଡାକ୍ତର, ୧୦୦ ଜଣ ଆୟୁଷ ଡାକ୍ତର ଏବଂ ୨୭ ଜଣ ଲାବରେଟୋରୀ ଟେକ୍ନିସିଆନଙ୍କୁ ନିୟୋଜିତ କରାଯାଇଛି। ଏଥିସହିତ ୩ ଜଣ ଡିଏସ୍‌ପିଙ୍କ ସମେତ ବିଭିନ୍ନ କ୍ୟାଡର ଅଫିସର ଏବଂ ୧୦ ପ୍ଲାଟୁନ ପୋଲିସ ମଧ୍ୟ ପଠାଇବାକୁ ନିଷ୍ପତ୍ତି ହୋଇଛି। ଏହି ଜିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଜିଲାରେ ଆମ୍ବୁଲାନ୍ସ ସେବାକୁ ଆହୁରି ତ୍ୱରାନ୍ବିତ କରି କିପରି ସୁଦୃଢ କରାଯିବ ତାହା ନିଶ୍ଚିତ କରାଯିବ। ଆବଶ୍ୟକତା ଅନୁଯାୟୀ ୧୦୦ଟି ଆମ୍ବୁଲାନ୍ସ ନିୟୋଜିତ କରିବା ପାଇଁ ଜିଲାପାଳଙ୍କୁ କ୍ଷମତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri