ଗଞ୍ଜାମରେ ଆରମ୍ଭ ହେଲା ପ୍ଲାଜ୍‌ମା ଥେରାପି

ବ୍ରହ୍ମପୁର ଅଫିସ,୨୧।୭: ଓଡ଼ିଶାରେ ମହାମାରୀ କରୋନା ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ଜଣଙ୍କ ମୃତ୍ୟୁ ଘଟିସାରିଛି। ଏପରିସ୍ଥିତିରେ କରୋନାରୁ ଗୁରୁତର ଆକ୍ରାନ୍ତଙ୍କୁ ସୁସ୍ଥ କରିବା ପାଇଁ ଗଞ୍ଜାମ ଜିଲାରେ ଆରମ୍ଭ ହୋଇଛି ପ୍ଲାଜ୍‌ମା ଥେରାପି ଚିକିତ୍ସା। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ମଙ୍ଗଳବାର ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଏହାର ଶୁଭାରମ୍ଭ କରିଛନ୍ତି। କଟକ ଏସ୍‌ସିବିରୁ ପ୍ରଥମ ପର୍ଯ୍ୟାୟରେ ୬ ୟୁନିଟ ପ୍ଲାଜମା ଗଞ୍ଜାମ ଜିଲାକୁ ଆସିଛି । ଶିତଲାପଲ୍ଲୀ ସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଗୁରୁତର କରୋନା ରୋଗୀଙ୍କୁ ଏହି ପ୍ଲାଜମା ଦିଆଯିବ। ଏହା ଦ୍ୱାରା ଗଞ୍ଜାମରେ କରୋନା ମୃତ୍ୟୁ ହାରରେ ବ୍ରେକ୍‌ ଲଗାଯାଇ ପାରିବ ବୋଲି ଜିଲାପାଳ କହିଛନ୍ତି। ସେହିପରି ଯେଉଁ ସୁସ୍ଥ ରୋଗୀ ପ୍ଲାଜମା ଦେବାକୁ ଇଚ୍ଛା କରିବେ ତାଙ୍କୁ କଟକ ନେବା ଓ ଅଣିବା ବ୍ୟବସ୍ଥା ସହ ଖାଇବା, ରହିବାକୁ ଦିଆଯିବ । ବର୍ତ୍ତମାନ କରୋନାରେ ସଂକ୍ରମିତ ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ଗଞ୍ଜାମ ଜିଲାର ୪୦୦ ଜଣ ନିଜର ପ୍ଲାଜମା ଦେବାକୁ ପ୍ରସ୍ତୁତ ରହିଥିବା ଜିଲାପାଳ କହିଛନ୍ତି । ଏମ୍‌କେସିଜି ରକ୍ତ ଭଣ୍ଡାରରେ ଖୁବ୍‌ଶୀଘ୍ର ପ୍ଲାଜମା ସଂଗ୍ରହ ମେଶିନ ଉପଲବ୍ଧ ହେବ ବୋଲି ଏମ୍‌କେସିଜି ମେଡିକାଲ କଲେଜ ଡିନ ତଥା ଅଧ୍ୟକ୍ଷା ପ୍ର. ଦୀପ୍ତିମୟୀ ତ୍ରିପାଠୀ ସୂଚନା ଦେଇଛନ୍ତି। ଏମ୍‌କେସିଜିରେ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅଧିକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର, ସହକାରୀ ଅଧିକ୍ଷକ ଡା. କିରଣ କୁମାର ପଟ୍ଟନାୟକ, କୋଭିଡ୍‌ ହସ୍ପିଟାଲ ନୋଡାଲ ଅଧିକାରୀ ଡା. ଉମାଶଙ୍କର ମିଶ୍ର, ଏମ୍‌କେସିଜି ପ୍ରଶାସନିକ ଅଧିକାରୀ ସଚିଦାନନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri