ଓଡ଼ିଶାରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ପ୍ଲାଜମା ଥେରାପି ସଫଳ ହୋଇଛି। ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ଯେଉଁମାନେ ବର୍ତ୍ତମାନ ପ୍ଲାଜମା ଥେରାପିରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ବାସ୍ଥାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ସେମାନେ ବର୍ତ୍ତମାନ ଅମ୍ଳଜାନ ସହାୟତା ଆବଶ୍ୟକ କରୁନାହାଁନ୍ତି ଏବଂ ଶୀଘ୍ର ଡିସଚାର୍ଜ ହେବେ। ଅନ୍ୟ ୨ ରୋଗୀଙ୍କ ଅବସ୍ଥା ସ୍ଥିର ଅଛି ଏବଂ ଶୀଘ୍ର ବିପଦମୁକ୍ତ ହେବାର ସମ୍ଭାବନା ରହିଛି।

ବର୍ତ୍ତମାନ ସୁଦ୍ଧା ୪ ଟି ଦାତାଙ୍କଠାରୁ ମୋଟ ୮ ୟୁନିଟ ପ୍ଲାଜମା ସଂଗ୍ରହ କରାଯାଇଛି। ଏହି ୬ଟି ମଧ୍ୟରୁ ବ୍ୟବହାର କରାଯାଇଛି। ସମ୍‌ ଡାକ୍ତରଖାନାର ଉତ୍ସର୍ଗୀକୃତ କୋଭିଡ ହସ୍ପିଟାଲର ୪ ରୋଗୀ ଏବଂ ଅଶ୍ୱିନୀ ଡାକ୍ତରଖାନାର ଉତ୍ସର୍ଗୀକୃତ କୋଭିଡ ହସ୍ପିଟାଲର ୨ ରୋଗୀଙ୍କୁ ବର୍ତ୍ତମାନ ଏହି ଚିକିତ୍ସା କରାଯାଉଛି।

ପ୍ରକାଶ ଯେ, ପ୍ଲାଜମା ଥେରାପି ଆରମ୍ଭ କରିଥିବା ଅଳ୍ପ କେତେକ ରାଜ୍ୟ ମଧ୍ୟରେ ଓଡିଶା ଅଛି। ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନୋଡାଲ ଏଜେନ୍ସି ଭାବରେ କାର୍ଯ୍ୟ କରୁଥିବା ଏସ୍‌ସିବି ମେଡିକାଲ କଲେଜ କଟକଠାରେ ଏହି ଚିକିତ୍ସା ପ୍ରଣାଳୀ ଆରମ୍ଭ କରିଥିଲେ। ପ୍ଲାଜମା ଦାନ ପାଇଁ କୋଭିଡ ରୋଗୀଙ୍କୁ ଆରୋଗ୍ୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆବେଦନ ପରେ ଅଧିକରୁ ଅଧିକ ଲୋକ ପ୍ଲାଜମା ଦାନ କରିବାକୁ ଆଗେଇ ଆସୁଛନ୍ତି। ତେବେ ଏହା ସମ୍‌ କୋଭିଡ ହସ୍ପିଟାଲ, ଅଶ୍ୱିନୀ ହସ୍ପିଟାଲରେ ପ୍ଲାଜମା ଚିକିତ୍ସା ଆରମ୍ଭ ହୋଇଥିବା ବେଳେ କିମ୍ସ କୋଭିଡ ହସ୍ପିଟାଲରେ ଖୁବ୍‌ଶୀଘ୍ର ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri