ଗୁରୁ ଦିବସରେ ଅଘଟଣ: ପିଲା ବସିଥିବାବେଳେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି…

ବାସୁଦେବପୁର ୫।୯(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କିଷ୍ମତକୃଷ୍ଣପୁର ପଞ୍ଚାୟତରେ ବହୁମା ଘେରି ପ୍ରାଥମିକ ବିଦ୍ୟାଳୟରେ ଗୁରୁ ଦିବସ ଅବସରରେ ହଠାତ୍‌ ସ୍କୁଲ ଛାତ ଖସି ପଡିବାରୁ ୩ ଜଣ ଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରୀମାନେ ହେଲେ ବାଲ ବାଟିକା (ଶିଶୁ ବାଟିକା) ଶ୍ରେଣୀ ଶଙ୍କୁନ୍ତଳା ମଣ୍ଡଳ, ଶୁଭଶ୍ରୀ କଳା, ତୃତୀୟ ଶ୍ରେଣୀର ଛାତ୍ରୀ ଶ୍ରାବଣୀ କଳା। ଏହି ଛାତ୍ରୀଙ୍କ ମୁଣ୍ଡ ଓ ଦେହ ରେ କିଛି ଅଂଶରେ କ୍ଷତ ସୃଷ୍ଟି ହୋଇଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତ୍ରୀମାନେ ସୁସ୍ଥ ଥିବା ଜଣାପଡିଛି। ଏହି ଅସୁରକ୍ଷିତ ଶ୍ରେଣୀ ଗୃହ ଛାତକୁ ଭାଙ୍ଗିବା ପାଇଁ ଏକାଧିକ ଥର ବିଇଓ, ଜିଲାପାଳ ଓ ବ୍ଲକ ଜନ ଶୁଣାଣିରେ ପ୍ରଧାନ ଶିକ୍ଷକ ଲିଖିତ ଭାବେ ଜଣାଇଥିବା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ମାଝୀ କହିଛନ୍ତି। ତେବେ ଏହାକୁ ନେଇ ପ୍ରଶାସନ ଓ ଶିକ୍ଷା ବିଭାଗ ଦୃଷ୍ଟି ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri