ଡାକ୍ତରଖାନା ଛାତରୁ ପୁଣି ଖସିଲା ପ୍ଲାଷ୍ଟର

ଆନନ୍ଦପୁର,୨୫ା୬(ସନ୍ତୋଷ ରାଉତ): ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଡାକ୍ତରଖାନା ପୁଣି ଚର୍ଚ୍ଚାକୁ ଆସିଛି। ଡାକ୍ତରଖାନା ଓପିଡି ଛାତରୁ ରବିବାର ପ୍ଲାଷ୍ଟର ଖସିଛି। ଡାକ୍ତରଖାନା ଓପିଡିରେ ଡାକ୍ତରଙ୍କ ନିକଟକୁ ଆସିଥିବା ଅନେକ ରୋଗୀ ଲାଇନ୍‌ରେ ଛିଡ଼ା ହେବା ସମୟରେ ଛାତରୁ ପ୍ଲାଷ୍ଟର ଖଣ୍ଡ ଖସିଥିଲା। ଏହାଦ୍ୱାରା ଜଣେ ରୋଗୀ ଆହତ ହୋଇଥିବା ବେଳେ ଅନ୍ୟ କାହାରି କୌଣସି କ୍ଷତି ହୋଇ ନ ଥିଲା। ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ବାରମ୍ବାର ଡାକ୍ତରଖାନାର ବିଭିନ୍ନ ଓ୍ବାର୍ଡରେ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି। ଫଳରେ ଏଠାରେ କାର୍ଯ୍ୟରତ ଡାକ୍ତରଙ୍କଠାରୁ ଆରମ୍ଭ କରି ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନେ ଭୟଭୀତ ରହୁଛନ୍ତି। ଘଟଣାକୁ ନେଇ ଖୋଦ୍‌ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର ବେଞ୍ଜାମିନ୍‌ ସିର୍କା ଉଦ୍‌ବେଗ ପ୍ରକାଶ କରିବା ସହିତ ପୂର୍ବରୁ ମଧ୍ୟ ଛାତରୁ ପ୍ଲାଷ୍ଟର ଖସିଥିବା କହିଛନ୍ତି। ଆମେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରିଛୁ, ସେ ଯାହା ପଦକ୍ଷେପ ନେବେ। ପୂର୍ବରୁ କେତେକ ଓ୍ବାର୍ଡର ଛାତରୁ ପ୍ଲାଷ୍ଟର ଖଣ୍ଡ ଖସିବାଠାରୁ ଆରମ୍ଭ କରି ଓଟି ଛାତରୁ ମଧ୍ୟ ପ୍ଲାଷ୍ଟର ଖଣ୍ଡ ଖସିବାର ନଜିର ରହିଛି। ବିଭିନ୍ନ ସମୟରେ ଡାକ୍ତରଖାନାରେ ନବୀକରଣ କାର୍ଯ୍ୟ ନାମରେ ଲକ୍ଷଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ କାର୍ଯ୍ୟ ହୋଇଆସୁଛି। ତେବେ ଉପଯୁକ୍ତ ତଦାରଖ ଅଭାବରୁ ନିମ୍ନମାନର ନିର୍ମାଣ କାର୍ଯ୍ୟ ହେଉଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ସାଧାରଣରେ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri