୫-ଟି ସ୍କୁଲ ଛାତରୁ ପ୍ଲାଷ୍ଟର ଖଣ୍ଡ ଖସି ୫ ଛାତ୍ରୀ ଆହତ

ଚଣ୍ଡିଖୋଲ,୩।୭(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବ୍ଲକ ଅନ୍ତର୍ଗତ କୁନ୍ଦଳ ପଞ୍ଚାୟତର ମା’ ମଲିହାଶୁଣୀ ୫-ଟି ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଛାତରୁ ପ୍ଲାଷ୍ଟର ଖଣ୍ଡ ଖସିପଡ଼ିଛି। ପ୍ରାର୍ଥନା ସାରି ଛାତ୍ରୀଛାତ୍ର ବିଦ୍ୟାଳୟ ମଧ୍ୟକୁ ପ୍ରବେଶ କରିବା ମାତ୍ରେ ସେମାନଙ୍କ ଉପରେ ଛାତର ପ୍ଲାଷ୍ଟର ଖଣ୍ଡ ପଡ଼ିବାରୁ ଛାତ୍ରୀ ଗାୟତ୍ରୀ ସିଂହ, ଦୀପ୍ତିମୟୀ ସେଠୀ, ଇତିଶ୍ରୀ ଦାସ, ଶୁଭଲକ୍ଷ୍ମୀ ସାମଲ ଓ ତୃପ୍ତିମୟୀ ସାମଲ ଆହତ ହୋଇଛନ୍ତି। ଶିକ୍ଷକମାନେ ସେମାନଙ୍କୁ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇଛନ୍ତି। ଏହି ଘଟଣା ପରେ ଅଭିଭାବକ ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବଡ଼ଚଣା ବିଧାୟକ ଅମର ନାୟକ ଓ ବଡ଼ଚଣା ବିଡିଓ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
୨୦୨୧ରେ ଏହି ଉଚ୍ଚ ବିଦ୍ୟାଳୟକୁ ୫-ଟି ଅଧୀନରେ ଉନ୍ନତୀକରଣ କରାଯାଇଥିଲା। ସେତେବେଳେ ନିମ୍ନମାନର ନିର୍ମାଣ କାର୍ଯ୍ୟ ହେଇଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଥିଲେ। ହେଲେ ଏହି ଅଭିଯୋଗକୁ କେହି କର୍ଣ୍ଣପାତ କରି ନ ଥିଲେ। ଜଣେ କନିଷ୍ଠ ଯନ୍ତ୍ରୀଙ୍କ ନାମରେ କାର୍ଯ୍ୟାଦେଶ ରହିଥିଲା। ୨୦୨୨ରେ ଏହାକୁ ଉଦ୍‌ଘାଟନ କରାଯାଇଥିଲା। କେବଳ ପୁରୁଣା ଘରେ ରଙ୍ଗ ବୋଳି ଏହାର କଂକ୍ରିଟ ଘରକୁ ନୂଆ ଦର୍ଶାଯାଇଥିଲା ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେହିପରି ସ୍ମାର୍ଟ କ୍ଲାସ ରୁମକୁ କେବଳ ରଙ୍ଗ ବୋଳି ନୂଆ ବୋଲି ଦର୍ଶାଯାଇଛି। ଏଭଳି ବିପଦ ପୂର୍ଣ୍ଣ ଗୃହରେ ଛାତ୍ରୀଛାତ୍ରମାନଙ୍କୁ ବସାଇ ପାଠ ପଢିବାକୁ ଅଭିଭାବକ ଭୟ କରୁଛନ୍ତି। ୫-ଟି ନାମରେ ୫୦ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ବ୍ୟୟରେ ଏହାର ନିର୍ମାଣ କରାଯାଇଥିଲା। ତେଣୁ ସଂପୃକ୍ତ ଠିକାଦାର ଓ ଯନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବିଡିଓଙ୍କୁ ପଚାରିବାରୁ ସେ କହିଛନ୍ତି, ପୁରୁଣା ଛାତର ରଡ୍‌ କଳଙ୍କି ଲାଗିଗଲାଣି। ସେଥିପାଇଁ ଛାତରୁ ଖଣ୍ଡଖଣ୍ଡ ପ୍ଲାଷ୍ଟର ଗଳିପଡୁଛି। ଜଣେ ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ବିଦ୍ୟାଳୟକୁ ପଠାଯାଇଛି। ସେମାନେ ତଦନ୍ତ କରି ରିପୋର୍ଟ ଦେଲାପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?