ଛାତରୁ ପ୍ଲାଷ୍ଟର ଖସିି ଛାତ୍ର ଆହତ

ବିଶୋଇ,୫।୧୧(ଡି.ଏନ୍‌.ଏ): ଶିକ୍ଷାର୍ଥୀଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟ ଗୁଡ଼ିକୁ ନୂଆ ରୂପ ଦେଉଛନ୍ତି। ସ୍ମାର୍ଟ କ୍ଲାସ୍‌ ରୁମ୍‌ ସହିତ ଅତ୍ୟାଧୁନିକ ପାଠ୍ୟ ଉପକରଣ ଯୋଗାଇ ଦିଆଯାଉଛି। ମାତ୍ର ତରବରିଆ ଭାବେ ଓ ନିମ୍ନମାନର କାର୍ଯ୍ୟ ଯୋଗୁ ଅନେକ ବିଦ୍ୟାଳୟରେ ସିମେଣ୍ଟ ଖସିବା, କାନ୍ଥ ଫାଟି ଯିବା ପରି ପରିସ୍ଥିତି ଦେଖାଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ବାମନଘାଟି ଉପଖଣ୍ଡର ବିଜାତଳା ବ୍ଲକ୍‌ ସ୍ଥିତ ଲୁହାଶିଳା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ। ସ୍କୁଲର ଛାତରୁ ପ୍ଲାଷ୍ଟର ଖସି ଜଣେ ଛାତ୍ର ଆହତ ହୋଇଛନ୍ତି। ସୂଚନା ଥାଉକି, ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଉକ୍ତ ବିଦ୍ୟାଳୟରେ ୧୬୩ ଜଣ ଛାତ୍ରୀଛାତ୍ର ପାଠ ପଢ଼ନ୍ତି। ବିଦ୍ୟାଳୟଟି ୫-ଟି ଯୋଜନାରେ ସାମିଲ ହୋଇଥିଲା। ୨୦୨୧ ଜୁନ୍‌ରେ କାମ ସରି ବିଦ୍ୟାଳୟକୁ ଉଦ୍‌ଘାଟନ କରାଯାଇଥିଲା। ତେବେ ଗୁରୁବାର ବିଦ୍ୟାଳୟରେ ୯ମ ଶ୍ରେଣୀ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ଶ୍ରେଣୀ ଗୃହରେ ଛାତରୁ ପ୍ଲାଷ୍ଟର ଖସି ଯାଇଥିଲା। ଛାତ୍ରୀଛାତ୍ରମାନେ ପ୍ଲାଷ୍ଟର ଖସିଯିବାର ପୂର୍ବ ସୂଚନା ପାଇ ବାହାରକୁ ଦୌଡ଼ି ପଳାଇଥିବାରୁ ୩୧ ଛାତ୍ରୀଛାତ୍ର ନିଶ୍ଚିନ୍ତ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ। ତଥାପି ଶ୍ରେଣୀ ଗୃହରେ ବସିଥିବା ଜଣେ ଛାତ୍ର ଗୋଡ଼ ଓ ହାତରେ ପ୍ଲାଷ୍ଟର ଖଣ୍ଡ ପଡ଼ି ଆହତ ହୋଇଥିଲେ। ଖବରପାଇ ସ୍ଥାନୀୟ ବିଡିଓ, ସହକାରୀ ଯନ୍ତ୍ରୀ ସ୍କୁଲକୁ ପରିଦର୍ଶନ କରି ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri