ସ୍ମାର୍ଟ ସ୍କୁଲ ସିଲିଂରୁ ଖସିଲା ପ୍ଲାଷ୍ଟର

ଗୋପ,୨୩।୬(ଭାରତୀ ଭୂଷଣ ଉପାଧ୍ୟାୟ): ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷା ସହିତ ଅଧ୍ୟୟନରତ ଛାତ୍ରୀଛାତ୍ର କିପରି ଶୃଙ୍ଖଳିତ ଓ ଅତ୍ୟାଧୁନିକ ଜ୍ଞାନକୌଶଳରେ ଶିକ୍ଷା ଲାଭ କରିବେ, ସେଥିପାଇଁ ସ୍ମାର୍ଟ ସ୍କୁଲ ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କଲେ। ଏହି ଯୋଜନାରେ ଗୋପ ବ୍ଲକର ଅଧିକାଂଶ ସ୍କୁଲ ରହିଥିବା ସମୟରେ ଏରବଙ୍ଗ ସରକାରୀ ବିଦ୍ୟାଳୟ ମଧ୍ୟ ରହିଛି। ହେଲେ ଏହି ସ୍ମାର୍ଟ ସ୍କୁଲରେ ୩୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥିଲେ ମଧ୍ୟ କିଛି ମାସ ମଧ୍ୟରେ ବିଦ୍ୟାଳୟର ସମ୍ମୁଖ ସିଲିଂରୁ ପ୍ଲାଷ୍ଟର ଖସି ପଡିଯାଇଛି। ପ୍ଲାଷ୍ଟର ଖସିବା ଘଟଣା ଅଭିଭାବକଙ୍କ ମହଲରେ ଅସନ୍ତୋଷ ପ୍ରକାଶ କରିଥିବା ବେଳେ ନିମ୍ନମାନର କାର୍ଯ୍ୟ ଯୋଗୁ ଏଭଳି ହୋଇଥିବା ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ଏରବଙ୍ଗ ସରକାରୀ ବିଦ୍ୟାଳୟଟି ୧୯୬୩ ରେ ସ୍ଥାପିତ ହୋଇଥିବା ବେଳେ ଏଠାରେ ଶତାଧିକ ଛାତ୍ରୀଛାତ୍ର ଶିକ୍ଷାଲାଭ କରୁଛନ୍ତି। ସ୍କୁଲଟି ଅତି ପୁରାତନ ସ୍କୁଲ ଭାବରେ ପରିଚିତ ହୋଇଥିବା ବେଳେ ଏହି ସ୍କୁଲକୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ ସ୍ମାର୍ଟସ୍କୁଲ ତାଲିକାରେ ଅନ୍ତର୍ଭୁକ୍ତ କରିଥିଲେ। ସ୍କାର୍ଟ ସ୍କୁଲ ଘୋଷଣା ପରେ ନୂତନ ଆକାରରେ ସ୍କୁଲଗୃହଗୁଡ଼ିକ କାର୍ଯ୍ୟ ହୋଇଥିଲା। ହେଲେ କାର୍ଯ୍ୟ ହେବାର କିଛି ମାସ ମଧ୍ୟରେ ଗୁରୁବାର ବିଦ୍ୟାଳୟର ସମ୍ମୁଖ ଭାଗରେ ଥିବା ସିଲିଂର ପ୍ଲାଷ୍ଟର ଖସିଯାଇଛି। ସୌଭାଗ୍ୟବଶତଃ ସେହି ସମୟରେ କେହି ଛାତ୍ରୀଛାତ୍ର କି ଶିକ୍ଷକ, କର୍ମଚାରୀ ସେଠାରେ ଉପସ୍ଥିତ ନ ଥିଲେ। ତେବେ ଏହି ବିଦ୍ୟାଳୟରେ ୫-ଟି ଯୋଜନା ଅର୍ଥକୁ ଠିକ ଭାବରେ ଖର୍ଚ୍ଚ କରା ନ ଯାଇ ସ୍କୁଲ କାନ୍ଥକୁ କେବଳ ରଙ୍ଗ ବୋଳି ଅର୍ଥ ନେଇଯାଇଥିବା ଅଭିଯୋଗ ହୋଇଛି। ଆଉ ମଧ୍ୟ ଅଧାପନ୍ତରିଆ ଭାବରେ କେତେକ କାର୍ଯ୍ୟ ରହିଛି। ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଙ୍ଗିତା ମଲ୍ଲିକ ବାରମ୍ବାର ବିଡିଓ ଦୀପ୍ତିରାଣୀ ଦାସଙ୍କୁ ଚିଠି ଲେଖିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ। ଏପରି ଅଭିଯୋଗକୁ ତୁରନ୍ତ କାର୍ଯ୍ୟାଦେଶ ନେଇଥିବା କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବି କରାଯାଇଛି। ଏ ସମ୍ପର୍କରେ ବିଡଓ ଦୀପ୍ତିରାଣୀ ଦାସଙ୍କୁ ପଚାରିବାରେ ଅଭିଯୋଗ ରହିଛି। ଖୁବ୍‌ଶୀଘ୍ର ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri