ପିଆର୍‌ଏମ୍‌ ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର

ବାରିପଦା ଅଫିସ,୭ା୧୧:ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲେ କଲେଜ ଓ ହସ୍ପିଟାଲ(ପିଆର୍‌ଏମ୍‌) ଚକ୍ଷୁ ବିଭାଗ ଛାତରୁ ରବିବାର ପ୍ଲାଷ୍ଟର ଖସିଛି। ସେଠାରେ ଚିକିତ୍ସାଧିନ ରୋଗୀ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ମେଡିକାଲ କର୍ତ୍ତୃପକ୍ଷ ସେମାନଙ୍କୁ ଅନ୍ୟ ଏକ ଗୃହକୁ ସ୍ଥାନାନ୍ତର କରିଛନ୍ତି। ଏନେଇ ରୋଗୀ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଜିଲାବାସୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟ ନେଇ ବାରିପଦାରେ ପିଆର୍‌ଏମ୍‌ ମେଡିକାଲ କଲେଜ ସ୍ଥାପନ କରାଯାଇଛି। ପୁରୁଣା କୋଠାର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଛାତରୁ ପ୍ଲାଷ୍ଟର ଖସୁଛି। ମୋରଡ଼ା ବ୍ଲକ ଜାମଶୋଳ ଗ୍ରାମର ସୁବାସ ମହାନ୍ତଙ୍କ ପୁଅ ରାଜଦୀପଙ୍କ ଚକ୍ଷୁ ଚିକିତ୍ସା ନିମନ୍ତେ ଶନିବାର ଏହି ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ ରବିବାର ଅପରାହ୍ନରେ ଚିକିତ୍ସାଧିନ ପୁଅକୁ ନେଇ ଶୌଚ ହେବାକୁ ଯିବା ସମୟରେ ଛାତରୁ ପ୍ଲାଷ୍ଟର, କଂକ୍ରିଟ ସହ ସିଲିଂ ଖସି ପଡ଼ିଥିଲା ା
ଏଥିରେ ବାପପୁଅଙ୍କ କୌଣସି କ୍ଷତି ହୋଇ ନ ଥିବା ବେଳେ ବଡ଼ ଧରଣର ଅଘଟଣରୁ ଉଭୟେ ବର୍ତ୍ତି ଯାଇଥିଲେ। ସେହିପରି ନିକଟରେ ଥିବା ନର୍ସଙ୍କ କ୍ୟାବିନରେ କୌଣସି କର୍ମଚାରୀ ନ ଥିବାରୁ ସେମାନେ ମଧ୍ୟ ବିପଦରୁ ରକ୍ଷା ପାଇଥିଲେ।
ପୂର୍ବରୁ ପିଆର୍‌ଏମ୍‌ ମେଡିକାଲରେ ପ୍ଲାଷ୍ଟର ଖସି ରୋଗୀଙ୍କ ମୃତ୍ୟୁ ହେବା ନଜିର ରହିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଏଥିପ୍ରତି ଧ୍ୟାନ ଦିଆଯାଉନାହିଁ। ଏ ନେଇ ଭଞ୍ଜସେନାର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା କୁହନ୍ତି, ଉପଯୁକ୍ତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାରେ ସରକାର ଫେଲ୍‌ ମାରିଛନ୍ତି। ସାଧାରଣ ରୋଗୀଙ୍କୁ କଟକ ସ୍ଥାନାନ୍ତର କରାଯାଉଛି। ବ୍ୟବସ୍ଥାରେ ସୁଧାର ନ ଆସିଲେ ଆନ୍ଦୋଳନ ହେବ ବୋଲିି ସେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ହସ୍ପିଟାଲ ମ୍ୟାନେଜର ମିସ ବିନୋଦିନୀଙ୍କୁ ପଚାରିବାରୁ ପ୍ଲାଷ୍ଟର ଖସିବା ନେଇ ତାଙ୍କ ନିକଟରେ କୌଣସି ଖବର ନାହିଁ ା ତେବେ ଚକ୍ଷୁ ବିଭାଗକୁ ଯାଇ ଏହାର ତଦନ୍ତ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri