ସ୍ମାର୍ଟ ସ୍କୁଲ ଛାତରୁ ଖସିଲା ପ୍ଲାଷ୍ଟର

ଜଟଣୀ,୨୪।୮(ରବୀନ୍ଦ୍ର ମହାକୁଡ଼)ଜଟଣୀ ବ୍ଲକ କନ୍ତିଆ ପଞ୍ଚାୟତରେ ୫-ଟି ସ୍କୁଲରେ ରୂପାନ୍ତର ହୋଇଥିବା ସରକାରୀ ବିଦ୍ୟାଳୟ ଛାତରୁ ବୁଧବାର ଏକ ପ୍ଲାଷ୍ଟର ଖସିପଡ଼ିଛି। ଫଳରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି। ତେବେ ସ୍ମାର୍ଟସ୍କୁଲର ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ନେଇ ଅଭିଯୋଗ ହେଉଛି। ରାଜ୍ୟର ପ୍ରତି ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ଉନ୍ନତମାନର ଶିକ୍ଷା ଯୋଗାଇ ଦେବା ପାଇଁ ୫-ଟି ଅଧୀନରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିୁ ରୂପାନ୍ତର କରାଯାଉଛି। ହେଲେ କାର୍ଯ୍ୟ ସବୁ ନିମ୍ନମାନର ହେଉଥିବାରୁ ଅନେକ ୫-ଟି ସ୍କୁଲଗୁଡ଼ିକର କାନ୍ଥ, ଛାତରୁ ପ୍ଲାଷ୍ଟର ଖସିବା, ପାଣି ଗଳିବା ଭଳି ଗୁରୁତର ଅଭିଯୋଗ ହେଉଥିବା ଦେଖିବାକୁ ମିଳିଛି। ତେବେ ଜଟଣୀର ଏହି ଭାଗବତ ବାସୁଦେବ ବିଦ୍ୟାପୀଠକୁ ପ୍ରାୟ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ କିଛିଦିନ ତଳେ ୫-ଟିରେ ରୂପାନ୍ତରିତ କରାଯାଇଛି। କାମ ସାରିବାର ମାତ୍ର ୩ ମାସ ନପୂରୁଣୁ ବୁଧବାର ଏହି ସ୍ମାର୍ଟ ସ୍କୁଲର ନବମ ଶ୍ରେଣୀ ଗୃହ ଛାତରୁ ପ୍ଲାଷ୍ଟର ଖସିଥିବା ନେଇ ସୂଚନା ମିଳିଛି। ସୌଭାଗ୍ୟବଶତଃ ଖାଇବା ଛୁଟିବେଳେ କ୍ଲାସ ରୁମରେ କେହି ନଥିବା ସମୟରେ ପ୍ଲାଷ୍ଟର ଖସିପଡିଥିଲା। ଫଳରେ ଛାତ୍ରୀଛାତ୍ର ଓ ଅଧ୍ୟାପିକା ଅଧ୍ୟାପକମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ତେବେ ଘଟଣା ପ୍ରଚାର ହେବା ପରେ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିବା ସହ ବିଦ୍ୟାଳୟରେ ପହଞ୍ଚି ତଦାରଖ କରିଥିଲେ। ଏ ନେଇ ବିଡିଓ ସରୋଜ ରାଉତଙ୍କୁ ପଚାରିବାରେ, ଘଟଣାସ୍ଥଳକୁ ଯନ୍ତ୍ରୀ ଯାଇ ଅନୁଧ୍ୟାନ କରୁଛନ୍ତି। ତ୍ରୁଟି ସ୍ଥାନକୁ ତୁରନ୍ତ ମରାମତି କରାଯିବ। କାର୍ଯ୍ୟ ଦାୟିତ୍ୱରେ ଥିବା ବିଭାଗୀୟ ଯନ୍ତ୍ରୀଙ୍କ ଭୂମିକାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଗ୍ରାମବାସୀ। ଖାଲି ଛାତ ପ୍ଲାଷ୍ଟର ନୁହେଁ ବରଂ ସବୁ କାମ ନିମ୍ନମାନର ହୋଇଛି ବୋଲି ଅଭିଯୋଗ ଆଣିଛନ୍ତି। ଏହି ଘଟଣା ଉପରେ ଉପରିସ୍ଥ ଅଧିକାରୀ ତଦନ୍ତ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri