ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର, ଅଳ୍ପକେ ବର୍ତ୍ତିଗଲେ…

ଆନନ୍ଦପୁର,୩ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ଶିଶୁ ଓ ମାତୃ ସ୍ବାସ୍ଥ୍ୟକେନ୍ଦ୍ରର ଶନିବାର ମଧ୍ୟାହ୍ନରେ ୩ ମହଲା ଛାତରୁ ପ୍ଲାଷ୍ଟର ଖସିିଛି। ଏହି ବିଲ୍ଡିଂର ୩ ମହଲାରେ ପ୍ରସୂତି ବିଭାଗର ବାରଣ୍ଡାରେ ରୋଗୀଙ୍କ ସମ୍ପର୍କୀୟମାନେ ମଧ୍ୟାହ୍ନରେ ଖାଇବା ସମୟରେ ଛାତରୁ ବଡ଼ ବଡ଼ ପ୍ଲାଷ୍ଟର ଖଣ୍ଡ ଖସିଥିଲା। ଏହି ଦୁର୍ଘଟଣାରେ ଖାଉଥିବା ୭ରୁ ଊର୍ଦ୍ଧ୍ୱ ରୋଗୀଙ୍କ ସମ୍ପର୍କୀୟମାନେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଏଭଳି ଘଟଣାକୁ ନେଇ ରୋଗୀ, ସେମାନଙ୍କ ସମ୍ପର୍କୀୟ ଓ ସାଧାରଣରେ ଗଭୀର ଉଦ୍‌ବେଗ ପ୍ରକାଶ ପାଇଛି। ପ୍ରାୟ ଦୁଇ ବର୍ଷ ଧରି ଏହି ଅତ୍ୟାଧୁନିକ ବିଲ୍ଡିଂରୁ ନିୟମିତ ବ୍ୟବଧାନରେ ଛାତରୁ ପ୍ଲାଷ୍ଟର ଖଣ୍ଡ ଖସୁଥିବାର ନଜିର ରହିଆସିଛି। ଏଭଳି ପରିସ୍ଥିତିରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ପାଇଁ ସବୁ ସମୟରେ ବିପଦ ଦେଖାଦେଇଛି। କୋଟି କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଥିବା ଏହି ବିଲ୍ଡିଂ ରେ ଦେଖାଦେଇଥିବା ସମସ୍ୟା ଦିଗରେ କର୍ତ୍ତୃପକ୍ଷ ନୀରବ ରହିବା ପରିତାପର ବିଷୟ ସାଜିଛି। କେତେବେଳେ ଏଠାରେ ଲିଫ୍ଟ କାମ କରୁନାହିଁ ତ କେତେବେଳେ ଏଠାରେ ଅଳିଆ ଆବର୍ଜନାମୟ ପରିବେଶ ସୃଷ୍ଟି ହେଉଛି। ପ୍ରାୟ ସମୟରେ କିଛି ନା କିଛି ଘଟଣାକ୍ରମକୁ ନେଇ ସମ୍ପୃକ୍ତ ବିଲ୍ଡିଂ ଚର୍ଚ୍ଚାରେ ରହିଆସୁଛି। ରୋଗୀ ସେବା କ୍ଷେତ୍ରରେ ସରକାରୀ ସ୍ତରରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଉଥିବା ବେଳେ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ମାତୃ ଓ ଶିଶୁ ରୋଗ ସ୍ବାସ୍ଥ୍ୟକେନ୍ଦ୍ରର ଏଭଳି ଅବ୍ୟବସ୍ଥାକୁ ତୃଣମୂଳ ସ୍ତରର ଅଧିକାରୀମାନଙ୍କୁ ସାଧାରଣରେ ଦାୟୀ କରାଯାଇଛି। ସମ୍ପୃକ୍ତ ବିଲ୍ଡିଂ ନିର୍ମାଣ ଦାୟିତ୍ୱ ନିର୍ବାହ କରିଥିବା ବିଭାଗକୁ ସିଧାସଳଖ ଦାୟୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri