ମାଟି ମୂର୍ତ୍ତିର କମିଛି, ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତିର ବଢ଼ିଛି ଚାହିଦା

ପାରଳାଖେମୁଣ୍ଡି,୨୫ା୮ (ଡି.ଏନ୍‌.ଏ): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କଞ୍ଚା ମାଟିରେ ତିଆରି ମୂର୍ତ୍ତୀ ବ୍ୟବସାୟ କ୍ରମଶଃ କମୁଥିବାବେଳେ ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତି ଚାହିଦା ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି । ପୂଜାପାର୍ବଣ ଋତୁ ଆସିଲେ କାରିଗରମାନେ ମାଟି ସଂଗ୍ରହ କରି ମୂର୍ତ୍ତି ପ୍ରସ୍ତୁତ କରୁଥିବା ବେଳେ ବଜାରରେ ପହଞ୍ଚତ୍ୟାଉଛି ଆକର୍ଷଣୀୟ ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତି। ତେଣୁ ମାଟି କାରିଗରମାନେ ଚିନ୍ତିତ ହୋଇପଡିଛନ୍ତି। ସେମାନଙ୍କର କୌଳିକ ବୃତ୍ତିକୁ ନେଇ ଚିନ୍ତାରେ ପଡ଼ୁଛନ୍ତି। ଆଉମାତ୍ର କେଇ ଦିନ ପରେ ଗଣେଶ ପୂଜା ରହିଛି । କାରିଗର ଭଲ କିସମର ମାଟି ସଂଗ୍ରହକରି ସେଥିରେ ପାଳ, ଛଣ ବିଡାରେ ମାଟି ଓ କନା ଉପରେ ଲେପଦେଇ ବିଭିନ୍ନ ରଙ୍ଗର ପୂର୍ଣ୍ଣାଙ୍ଗ ମୂର୍ତ୍ତି କରିବା ପାଇଁ ପ୍ରାୟ ୩ରୁ୪ ଦିନ ଲାଗିଯାଉଛି। ଗୋଟିଏ ମାଟି ମୂର୍ତ୍ତି ପିଛା ୩ଶହରୁ ୫ଶହ ଟଙ୍କା ପାରିଶ୍ରମିକ ମିଳୁଥିବାବେଳେ ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତି ବ୍ୟବସାୟୀମାନେ ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। ସହରର କଟିକାସାହି ଓ ଚିତ୍ରକାର ସାହିରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପରିବାର ସେମାନଙ୍କ ପୂର୍ବ ପୁରୁଷର ପାରମ୍ପରିକ କୌଳିକ ବୃତ୍ତିକୁ ଆପଣାଇ ଏହି ବ୍ୟବସାୟ କରୁଛନ୍ତି । ଯେତିକି ଖର୍ଚ୍ଚ ହେଉଛି ତାର ପାରିଶ୍ରମିକ ଠିକ ଭାବେ ମିଳିପାରୁ ନାହିଁ । ହେଲେ ନିଜର କୌଳିକ ବୃତ୍ତିକୁ ନଛାଡି ଦିନ ରାତି ଏକକରି କାର୍ଯ୍ୟ କରୁଛନ୍ତି । ଏହି ମାଟି ମୂର୍ତ୍ତି କରୁଥିବା କାରିଗରଙ୍କୁ ସରକାରଙ୍କ ପକ୍ଷରୁ ଅଧିକ ପ୍ରୋତ୍ସାହନ ନମିଳିଲେ ଏହି ମାଟି ତିଆରି ମୂର୍ତ୍ତି ସମ୍ପୂର୍ଣ୍ଣ ଲୋପ ପାଇଯିବ ବୋଲି ମାଟି କାରିଗରମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri