ମାଟି ମୂର୍ତ୍ତିର କମିଛି, ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତିର ବଢ଼ିଛି ଚାହିଦା

ପାରଳାଖେମୁଣ୍ଡି,୨୫ା୮ (ଡି.ଏନ୍‌.ଏ): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କଞ୍ଚା ମାଟିରେ ତିଆରି ମୂର୍ତ୍ତୀ ବ୍ୟବସାୟ କ୍ରମଶଃ କମୁଥିବାବେଳେ ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତି ଚାହିଦା ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି । ପୂଜାପାର୍ବଣ ଋତୁ ଆସିଲେ କାରିଗରମାନେ ମାଟି ସଂଗ୍ରହ କରି ମୂର୍ତ୍ତି ପ୍ରସ୍ତୁତ କରୁଥିବା ବେଳେ ବଜାରରେ ପହଞ୍ଚତ୍ୟାଉଛି ଆକର୍ଷଣୀୟ ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତି। ତେଣୁ ମାଟି କାରିଗରମାନେ ଚିନ୍ତିତ ହୋଇପଡିଛନ୍ତି। ସେମାନଙ୍କର କୌଳିକ ବୃତ୍ତିକୁ ନେଇ ଚିନ୍ତାରେ ପଡ଼ୁଛନ୍ତି। ଆଉମାତ୍ର କେଇ ଦିନ ପରେ ଗଣେଶ ପୂଜା ରହିଛି । କାରିଗର ଭଲ କିସମର ମାଟି ସଂଗ୍ରହକରି ସେଥିରେ ପାଳ, ଛଣ ବିଡାରେ ମାଟି ଓ କନା ଉପରେ ଲେପଦେଇ ବିଭିନ୍ନ ରଙ୍ଗର ପୂର୍ଣ୍ଣାଙ୍ଗ ମୂର୍ତ୍ତି କରିବା ପାଇଁ ପ୍ରାୟ ୩ରୁ୪ ଦିନ ଲାଗିଯାଉଛି। ଗୋଟିଏ ମାଟି ମୂର୍ତ୍ତି ପିଛା ୩ଶହରୁ ୫ଶହ ଟଙ୍କା ପାରିଶ୍ରମିକ ମିଳୁଥିବାବେଳେ ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତି ବ୍ୟବସାୟୀମାନେ ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। ସହରର କଟିକାସାହି ଓ ଚିତ୍ରକାର ସାହିରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପରିବାର ସେମାନଙ୍କ ପୂର୍ବ ପୁରୁଷର ପାରମ୍ପରିକ କୌଳିକ ବୃତ୍ତିକୁ ଆପଣାଇ ଏହି ବ୍ୟବସାୟ କରୁଛନ୍ତି । ଯେତିକି ଖର୍ଚ୍ଚ ହେଉଛି ତାର ପାରିଶ୍ରମିକ ଠିକ ଭାବେ ମିଳିପାରୁ ନାହିଁ । ହେଲେ ନିଜର କୌଳିକ ବୃତ୍ତିକୁ ନଛାଡି ଦିନ ରାତି ଏକକରି କାର୍ଯ୍ୟ କରୁଛନ୍ତି । ଏହି ମାଟି ମୂର୍ତ୍ତି କରୁଥିବା କାରିଗରଙ୍କୁ ସରକାରଙ୍କ ପକ୍ଷରୁ ଅଧିକ ପ୍ରୋତ୍ସାହନ ନମିଳିଲେ ଏହି ମାଟି ତିଆରି ମୂର୍ତ୍ତି ସମ୍ପୂର୍ଣ୍ଣ ଲୋପ ପାଇଯିବ ବୋଲି ମାଟି କାରିଗରମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?