ଜଗତ୍‌ସିଂହପୁରରେ ପଲିଥିନ ବ୍ୟାନ୍‌ ପ୍ରହସନ

ଜଗତ୍‌ସିଂହପୁର,୩ା୬ (ପ୍ରମୋଦ କୁମାର ନାୟକ): ୨୦୧୯  ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଥିଲେ। ପଲିଥିନର ବିପଦଜନ୍ନକ ବ୍ୟବହାରକୁ ରୋକିବା ଏହାର ଉଦ୍ଦେଶ୍ୟ ଥିଲା। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା ଜଗତ୍‌ସିଂହପୁର ଜିଲାରେ ପ୍ରହସନ ପାଲଟିଛି। ବିଭିନ୍ନ ଦୋକାନ, ବଜାରରେ ପଲିଥିନ୍‌ ଖୁଲମଖୁଲା ବିକ୍ରି ଚାଲିଛି। ମଝିରେ ମଝିରେ ଔପଚାରିକତା ପୂରଣ ପାଇଁ ଚଢ଼ାଉ କରାଯାଉଛି। ଆଗକୁ ଏଥିପ୍ରତି ଧ୍ୟାନ ଦିଆ ନ ଗଲେ ଯଥା ପୂର୍ବଂ ତଥା ପରଂ ସ୍ଥିତି ସୃଷ୍ଟି ହେବା ନେଇ  ଆଲୋଚନା ଚାଲିଛି।
   ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୩୦ରେ ପଲିଥିନ ବ୍ୟାନ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି କରାଯାଇଥିଲା। ଏଥିରେ ଉଲ୍ଲେଖ ଥିଲା, ଯେଉଁ ପଲିଥିନ୍‌ଗୁଡିକ ଠିକ୍‌ ଭାବେ ନଷ୍ଟ ଅର୍ଥାତ୍‌ ଖତ ହୋଇପାରୁଛି ସେଗୁଡିକ ବ୍ୟବହାର ଉପଯୋଗୀ। ଅବଶିଷ୍ଟ ପଲିଥିନ ବ୍ୟବହାର ଉପଯୋଗୀ ନୁହେଁ। ତେଣୁ ଏହି ପଲିଥିନ୍‌ଗୁଡିକର ଉତ୍ପାଦନ ହୋଇପାରିବ ନାହିଁ। ଯଦି କେଉଁଠି ରହିଯାଇଛି,ତେବେ  ସେଗୁଡ଼ିକର କିଣା, ବିକା ଉପରେ ଅଙ୍କୁଶ ଲଗାଯାଇଛି। ଏପରି କି   ପ୍ଲାଷ୍ଟିକ ଥାଳି, ଚାମଚ, ଗିନା, କପ୍‌, ପ୍ଲେଟ୍‌, ଗ୍ଲାସ୍‌ ଆଦି ମଧ୍ୟ ବ୍ୟବହାର ହୋଇପାରିବ ନାହିଁ। ଯେଉଁ ପଲିଥିନ୍‌ର ସ୍ଥୂଳତା (ଥିକ୍‌ନେସ୍‌) ୫୦ ମାଇକ୍ରନ୍‌ ତଳକୁ ଥିବ ତାହା ବ୍ୟବହାର ଉପଯୋଗୀ ନୁହେଁ। କେବଳ କ୍ଷୀର କିମ୍ବା ଅନ୍ୟ ଔଷଧୀୟ ସାମଗ୍ରୀ ରଖିବା ପାଇଁ ଉପଯୁକ୍ତମାନର ପଲିଥିନ୍‌ ବ୍ୟବହାର କରାଯାଇପାରେ। ରାଜ୍ୟ ସରକାରଙ୍କ ଏହି ନିର୍ଦ୍ଦେଶନାମା ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଥିଲା।  ଜିଲାରେ ଏହା ପ୍ରଥମେ କିଛି ଦିନ ପାଳନ କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ନିର୍ଦ୍ଦେଶନାମା ଫାଇଲ ଭିତରେ ଚାପି ହୋଇରହିଛି। ବିଶେଷକରି ଜିଲା ମୁଖ୍ୟାଳୟ ଜଗତ୍‌ସିଂହପୁର ସହରରେ ଅବାଧରେ ପଲିଥିନ୍‌ କାରବାର ଚାଲିଛି। ପାନ ଦୋକାନଠାରୁ, ରାଶନ, ଷ୍ଟେସନେରୀ, ଜଳଖିଆ ଆଦି ପ୍ରାୟତଃ ଦୋକାନରେ ପଲିଥିନ୍‌ ଖୋଲାଖୋଲି ଭାବେ ବ୍ୟବହାର କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ଯେତେବେଳେ ପଲିଥିନ୍‌ ବ୍ୟାନ୍‌ ଘୋଷଣା କଲେ ସେତେବେଳେ କିଛି ଦିନ ଏହାର ବ୍ୟବହାର ଉପରେ ଅଙ୍କୁଶ ଲଗାଯାଇଥିଲା। ପରବର୍ତ୍ତୀ ସମୟରେ ଧୀରେ ଧୀରେ ପୂର୍ବପରି ପଲିଥିନ୍‌ ବ୍ୟବହାର ହେବାରେ ଲାଗିଛି। ବଡ କଥା ହେଲା, ଜିଲାରେ ପଲିଥିନ୍‌ ଉତ୍ପାଦନ ହେଉନାହିଁ। କଟକରୁ ପ୍ରାୟତଃ ପଲିଥିନ୍‌ ଆସୁଛି। ସରକାର ପଲିଥିନ୍‌ ଉତ୍ପାଦନ ଉପରେ ଅଙ୍କୁଶ ଲଗାଉ ନ ଥିବାରୁ କାରବାର ବନ୍ଦ ହୋଇ ପାରୁନାହିଁ। ଅନ୍ୟପକ୍ଷରେ ଜିଲାର ଜଗତ୍‌ସିଂହପୁର ଓ ପାରାଦୀପ ପୌର ପରିଷଦ ପକ୍ଷରୁ ପଲିଥିନ୍‌ ବନ୍ଦ ପାଇଁ ଏନ୍‌ଫୋର୍ସମେଣ୍ଟ କମିଟି ଗଠନ କରାଯାଇଥିଲା। କିନ୍ତୁ ଏହା କେବଳ କାଗଜକଲମରେ ସୀମିତ ବୋଲି କୁହାଯାଉଛି। ଚଢ଼ାଉ ହେଉ ନ ଥିବାରୁ ପଲିଥିନ୍‌ ପୂର୍ବପରି ବ୍ୟବହୃତ ହୋଇଚାଲିଛି। ଏନେଇ ଅଭିଯୋଗ ସତ୍ତ୍ବେ କାର୍ଯ୍ୟାନୁଷ୍ଠାନ ହେଉନି।
ଏ ସମ୍ପର୍କରେ ଜଗତ୍‌ସିଂହପୁର ପୌରାଧ୍ୟକ୍ଷ ଅର୍ଚ୍ଚନା ସିଂହଙ୍କୁ ପଚାରିବାରୁ,ନିର୍ବାଚନ ଯୋଗୁ ଅନେକ କାର୍ଯ୍ୟ କ୍ରିୟାଶୀଳ ହୋଇପାରି ନ ଥିଲା। ତେବେ ଖୁବ୍‌ଶୀଘ୍ର ଏହା ଉପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri