ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ। ପ୍ରତ୍ୟେକ ମଙ୍ଗଳବାର ପ୍ରଶାସନ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ହେବ। ଏଥିରେ ସାଧାରଣ ଜନତା ମଧ୍ୟ ସାମିଲ ହେବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆହ୍ବାନ କରାଯାଇଛି। ତେଣୁ ଆଜି ଜିଲାର ୨୨ଟି ବ୍ଲକର ୫୦୩ ପଞ୍ଚାୟତରେ ସଫେଇ କାର୍ଯ୍ୟକ୍ରମ ହୋଇଛି। ଏନେଇ ପ୍ରଚାର ପ୍ରସାର ମଧ୍ୟ କରାଯାଇଛି ।

ଏହିଭଳି ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଆଜି କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି କୁଲାଡ ସମେତ ସମସ୍ତ ୨୨ଟି ପଞ୍ଚାୟତରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। କୁଲାଡରେ ଅନୁଷ୍ଠିତ ସଫେଇ କାର୍ଯ୍ୟକ୍ରମରେ ଉପଜିଲାପାଳ ଉମା ଶଙ୍କର ବେହେରା, ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିପ୍ସା ପଟ୍ଟନାୟକ, ଅତିରିକ୍ତ ତହସିଲଦାର ଅବିନାଶ ମହାର ପ୍ରମୁଖ ଉପସ୍ଥିତ ରହି ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏଥିସହ ବ୍ଲକର ଅନ୍ୟାନ୍ୟ ସ୍ଥାନରେ ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, ସହକାରୀ ଯନ୍ତ୍ରୀ ରବିନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା।
ସୂଚନାଯୋଗ୍ୟ ଯେ, ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପ୍ରଚେଷ୍ଟାରେ ଏହି ଯୋଜନା ଆରମ୍ଭ ହୋଇଛି। ପ୍ଲାଷ୍ଟିକ ବ୍ୟବହାର ବୃଦ୍ଧି ଯୋଗୁ ପରିବେଶ ଏବଂ ଜୀବ ଜଗତ ଉପରେ ତାର କୁପ୍ରଭାବ ପଡୁଛି। ଯାହାକି ଚିନ୍ତାଜନକ ବିଷୟ। ଏଥିପାଇଁ ଗଞ୍ଜାମ ଜିଲାର ଗର୍ବ ଓ ଗୌରବ କୃଷ୍ଟସ୍‌ସାର ମୃଗଙ୍କ ଏକ ଏଆଇ ଭିଡିଓ ମାଧ୍ୟମରେ ପ୍ରକୃତିର ସୁରକ୍ଷା ପାଇଁ ଆହ୍ବାନ କରାଯାଇଛି । ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଅଭିଯାନ ଏକ ବୃହତ ଜନ ଆନ୍ଦୋଳନ ଭାବେ ଆରମ୍ଭ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବଚ୍ଛ ଭାରତ ମିଶନ ଲକ୍ଷ୍ୟକୁ ସାକାର କରିବା ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହୱାନ କ୍ରମେ ଜିଲା ପ୍ରଶାସନ ପକ୍ଷରୁ ଏହି ଯୋଜନା କାର୍ଯ୍ୟକାରୀ ହେଉଛି। ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ବିଭିନ୍ନ ଆଡୁ ସମର୍ଥନ ମିଳୁଥିବା ଜଣାପଡିଛି । ଏନେଇ ଭଞ୍ଜନଗର ବିଡ଼ିଓ ଭାରତୀ ଦେବୀ କହିଛନ୍ତି ଯେ, ଆଜି ବ୍ଲକର ସମସ୍ତ ୨୨ଟି ପଞ୍ଚାୟତରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ପ୍ରତି ମଙ୍ଗଳବାର ପ୍ରତି ପଞ୍ଚାୟତର ଗୋଟିଏ ଗ୍ରାମ (ଯେଉଁଠି ଅଧିକ ମଇଳା) ଥିବ ସେଠି ସଫେଇ କାରାଯିବ। ଏହାଦ୍ୱାରା ଲୋକଙ୍କ ମଧ୍ୟରେ ସଚେତନତା ବଢିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?